Posted inଜାତୀୟ

Operation Sindoor: ରାତି ସାରା ‘ଅପରେସନ ସିନ୍ଦୂର’ ଉପରେ ନଜର ରଖିଥିଲେ ମୋଦି

ନୂଆଦିଲ୍ଲୀ,୭।୫: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନରେ ପ୍ରବେଶ କରି ଏୟାର ଷ୍ଟ୍ରାଇକ କରିଛି। ଏହି ଆକ୍ରମଣର ନାଁ ଦିଆଯାଇଛି ‘ଅପରେସନ ସିନ୍ଦୂର’। ଏହି ମିଶନରେ ପ୍ରଧାନମନ୍ତ୍ରୀ ମୋଦି ରାତିସାରା ନଜର ରଖିଥିଲେ। ପହଲଗାମ ହତ୍ୟାକାଣ୍ଡର ପ୍ରତିଶୋଧ ନେବା ପାଇଁ ସୁରକ୍ଷା ବାହିନୀ ମଙ୍ଗଳବାର ବିଳମ୍ବିତ ରାତିରେ ପାକିସ୍ତାନ ଏବଂ ପିଓକେରେ ନଅଟି ଆତଙ୍କବାଦୀ ଶିବିର ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଥିଲେ। ଏଥିରେ ଜୈଶ-ଏ-ମହମ୍ମଦର ଆଡ୍ଡାଗୁଡ଼ିକୁ ଧ୍ୱଂସ କରାଯାଇଛି।
ପ୍ରତିରକ୍ଷା ମନ୍ତ୍ରଣାଳୟ ନିଶ୍ଚିତ କରିଛି ଯେ ଅପରେସନ ସମୟରେ ନଅଟି ନିର୍ଦ୍ଦିଷ୍ଟ ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ବାହାୱଲପୁରରେ ଥିବା ଜୈଶ-ଏ-ମହମ୍ମଦ (JeM) ମୁଖ୍ୟାଳୟ ଏବଂ ମୁରିଦକେରେ ଥିବା ଲସ୍କର-ଏ-ତୋଇବା (LeT) ମୁଖ୍ୟାଳୟ ଅନ୍ତର୍ଭୁକ୍ତ।
ପ୍ରଧାନମନ୍ତ୍ରୀ ମୋଦି ଏୟାର ଷ୍ଟ୍ରାଇକ ପୂର୍ବରୁ ଅନେକ ବୈଠକ କରିଥିଲେ
ସେ ସମସ୍ତ କାର୍ଯ୍ୟ ଉପରେ ନଜର ରଖିଥିଲେ। ପ୍ରତିରକ୍ଷା ବିଭାଗ ମୁଖ୍ୟ, ବରିଷ୍ଠ ଗୁଇନ୍ଦା ଅଧିକାରୀ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ତାଙ୍କୁ ନିରନ୍ତର ଏନେଇ ସୂଚନା ଦେଉଥିଲେ। ମଙ୍ଗଳବାର ବିଳମ୍ବିତ ସାରୁ ଆରମ୍ଭ ହୋଇ ବୁଧବାର ଭୋର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଏବଂ ସ୍ଥଳସେନା, ନୌସେନା ଏବଂ ବାୟୁସେନା ମୁଖ୍ୟଙ୍କ ମଧ୍ୟରେ ଅନେକ ପର୍ଯ୍ୟାୟ ଆଲୋଚନା ହୋଇଥିଲା।
ପହଲଗାମ ଆକ୍ରମଣ ପରଦିନ ହୋଇଥିବା ଗୁଇନ୍ଦା ଆକଳନ ପରେ ‘ଅପରେସନ ସିନ୍ଦୂର’ ଯୋଜନା କରାଯାଇଥିବା ସୂତ୍ରରୁ ଜଣାପଡିଛି। ଭାରତୀୟ ବାୟୁସେନା କୌଣସି ପାକିସ୍ତାନୀ ସାମରିକ ପ୍ରତିଷ୍ଠାନକୁ ଟାର୍ଗେଟ କରି ନଥିଲା।
ସୀମାପାର ଆତଙ୍କବାଦୀ କାର୍ଯ୍ୟକଳାପ ଯୋଜନା ଏବଂ କାର୍ଯ୍ୟକାରୀ କରିବା ପାଇଁ ବ୍ୟବହୃତ ଭିତ୍ତିଭୂମି ଉପରେ ବିଶେଷ ଭାବରେ ଆକ୍ରମଣ କରାଯାଇଥିଲା।
ପାକିସ୍ତାନରେ ଆତଙ୍କବାଦ ବିରୋଧରେ ଏହି କଡ଼ା କାର୍ଯ୍ୟାନୁଷ୍ଠାନ ପରେ ସାରା ବିଶ୍ବକୁ ଅବଗତ କରିଛି ଭାରତ । ଆମେରିକା, ବ୍ରିଟେନ, ରୁଷିଆ, ସାଉଦି ଆରବକୁ ଜଣାଇଛି । ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତାଙ୍କୁ ଅବଗତ କରାଇଛନ୍ତି ଏନଏସଏ ଅଜିତ ଡୋଭାଲ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri