Posted inରାଜ୍ୟ

ପୁଣି ମୁହାଁଇଲେଣି! ବିଜେଡି ନେତାଙ୍କୁ ଭେଟିଲେ ପାଣ୍ଡିଆନ, ରାଜ୍ୟରେ ହଇଚଇ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି ହୋଇଥିଲେ। ବିଜେଡି କର୍ମୀ ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଥିବା ବେଳେ ପାଣି ମାଡ କରିଥିଲା ପୋଲିସ। ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରାଯାଇଥିଲା। ପୋଲିସ ସହ ମୁହାଁମୁହିଁ ଭିତରେ ଆହତ ହୋଇଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା । ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସ, ପ୍ରୀତିରଞ୍ଜନ ଘଡେଇ ଓରଫ ଡ୍ୟାନୀ ଏବଂ ରାଜ୍ୟ ସଭା ସାଂସଦ ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆହତ ବିଜେଡି ନେତାଙ୍କୁ ଭେଟିଛନ୍ତି ଭିକେ ପାଣ୍ଡିଆନ। ହସ୍ପିଟାଲ ଯାଇ ପାଣ୍ଡିଆନ ଏବଂ ତାଙ୍କ ସ୍ତ୍ରୀ ବବି ଦାସ, ସୁଲତା ଦେଓଙ୍କୁ ଭେଟିଛନ୍ତି।

ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ଏନେଇ ବୁଧବାର ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି। ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଗୁରୁବାର କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ବିରୋଧି ବିଜେଡି ପକ୍ଷରୁ ବୁଧବାର ବାଲେଶ୍ୱରରେ ବନ୍ଦ ପାଳନ କରାଯାଇଥିଲା। ଏହିଦିନ ପୋଲିସ-ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଥିଲା ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବୁହା ଗ୍ୟାସ ପ୍ରୟୋଗ କରିଥିଲା ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବିଜେଡି ନେତା ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri