ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ପଦ୍ମନାଭପୁର ଗ୍ରାମର ଅଭିଷେକ ପଣ୍ଡା ଥାନାରେ ଏତଲା ଦେଇଛନ୍ତି । ଭାରପ୍ରାପ୍ତ ଥାନା ଆଇଆଇସି ଦୁଷ୍ମନ୍ତ କୁମାର ପ୍ରଧାନ ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୨୪୯/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛନ୍ତି।

ଗତ ୨୦୨୩ ମସିହାରେ କୁକୁଡାଖଣ୍ଡି ଗ୍ରାମର ଏ. ବିଘ୍ନେଶ୍ୱର ରାଓ ଏବଂ ଆଙ୍କୁଶପୁର ଗ୍ରାମର ଏ. ଆପାରାଓ ଦୋରା ନାମକ ଦୁଇ ଯୁବକ ପଦ୍ମନାଭପୁର ଗ୍ରାମକୁ ଆସି ଗ୍ରାମର ଅଭିଷେକଙ୍କ ସମେତ ଅନ୍ୟ ୬ ଜଣଙ୍କୁ ରେଳ ବିଭାଗରେ ଚାକିରି କରାଇବାର ଆଶା ଦେଖାଇଥିଲେ । ବିଭିନ୍ନ ସମୟରେ ଦୁଇ ଅଭିଯୁକ୍ତ ସେମାନଙ୍କଠାରୁ ପର୍ଯ୍ୟାୟ କ୍ରମେ ୮୬ ଲକ୍ଷ ୫୦ ହଜାର ଟଙ୍କା ନେଇଥିଲେ । ଏପରିକି ସେମାନଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନକୁ ନେଇ ରେଳବାଇରେ ଚାକିରି ପାଇଁ ୩ ମାସିଆ ତାଲିମ ଦେଇଥିଲେ । ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଏହି ଠକେଇର ମାଷ୍ଟର ମାଇଣ୍ଡ କୁହାଯାଉଥିବା ସମରଜିତ ରାଉତ ଏବଂ ତାଙ୍କ ସ୍ତ୍ରୀ ଶୁଭଲକ୍ଷ୍ମୀ ରାଉତଙ୍କ ଘର ଠିକଣା ଜଣା ପଡିନଥିବା ବେଳେ ତାଙ୍କ ନାମ ଏତଲାରେ ଉଲ୍ଲେଖ ରହିଛି। ସୂଚନା ଯୋଗ୍ୟ ଏହିକି ଯେ,ଏହି ଠକେଇ ରାକେଟ ରେ ସମ୍ପୃକ୍ତ କୁକୁଡ଼ାଖଣ୍ଡି ଗ୍ରାମ ଶାନ୍ତି ନଗର ର ଏ.ବିଘ୍ନେଶ୍ୱର ଦୋରାଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।ଦିଗପହଣ୍ଡି ପୋଲିସ ଅଭିଯୁକ୍ତ ବିଘ୍ନେଶ୍ୱରଙ୍କୁ ରିମାଣ୍ଡରେ ଆଣିବ ବୋଲି ତଦନ୍ତକାରୀ ଅଧିକାରୀ ଏସ.ଆଇ ଦୁଷ୍ମନ୍ତ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri