ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ ଠାରୁ ସନ୍ଦେହଜନକ ସାମଗ୍ରୀ ଜବତ କରାଯାଇଛି। ଏହାସହ ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି ପାଇଛି। ଗଂଜାମ ଜିଲା ପୋଲସରାରୁ ଗୁପ୍ତ ରଞ୍ଜନ ନାୟକଙ୍କୁ ଅଟକ ରଖି କ୍ରାଇମ୍‌ବ୍ରାଞ୍ଚ ଜେରା କରୁଛି। କଟକ ବିଦ୍ୟାଧରପୁରର ବିଶ୍ୱରଞ୍ଜନ ବେହେରାଙ୍କୁ ଗିରଫ କରି ବ୍ରହ୍ମପୁର କୋର୍ଟଚାଲାଣ କରାଯାଇଛି। ଏହା ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲଙ୍କୁ ଗିରଫ କରାଯାଇଥିଲା।

ଏହି ମାମଲାରେ ପ୍ରଶ୍ନପତ୍ର ଲିକ୍‌ ଓ ଜାଲିଆତିର ଅଭିଯୋଗ ସାମ୍ନାକୁ ଆସିଥିଲା। ଗତ ସେପ୍ଟେମ୍ବର ୨୯ରେ ବ୍ରହ୍ମପୁର ପୋଲିସ ୧୨୦ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶରୁ ଉଠାଇ ଆଣିଥିଲା, ଯେଉଁମାନେ ଶ୍ରୀକାକୁଲମରେ ପ୍ରଶ୍ନପତ୍ର ଓ ଉତ୍ତର ଅଭ୍ୟାସ କରୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ପରୀକ୍ଷାର୍ଥୀଙ୍କଠାରୁ ମୋଟା ଅଙ୍କର ଟଙ୍କା ନିଆଯାଇଥିବା ଚର୍ଚ୍ଚା ହେଉଛି। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଏସ୍‌ଆଇ ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଛି।

ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ (ଓପିଆର୍‌ବି) ପରବର୍ତ୍ତୀ ତାରିଖ ଘୋଷଣା କରିବ। କ୍ରାଇମ୍‌ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ ତଦନ୍ତ ଦାୟିତ୍ବରେ ଥିବା ବେଳେ ଏସପି ଅନିଲ ବେଉରିଆ ସୁପରଭାଇଜର ଭାବେ କାର୍ଯ୍ୟ କରୁଛନ୍ତି। ଏହି କେଳେଙ୍କାରୀରେ ରାଜନେତା ଓ ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ସନ୍ଦେହ ହେଉଛି। କ୍ରାଇମ୍‌ବ୍ରାଞ୍ଚ ସିଲିକନ୍‌ ଟେକ୍‌ ଲ୍ୟାବ୍‌ ଓ ପଞ୍ଚସଫ୍ଟ ଅଫିସରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ଅଫିସଗୁଡ଼ିକୁ ସିଲ୍‌ କରିଛି। ମାଷ୍ଟରମାଇଣ୍ଡ ଏବେ ବି ଫେରାର ଥିବା ବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

ଉପନିର୍ବାଚନ ପ୍ରଚାରର ଶେଷଦିନ: ୪ଟାରୁ ନୂଆପଡ଼ା ଛାଡ଼

ନୂଆପଡ଼ା,୯।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ। ରବିବାର ଅପରାହ୍ନ ୪ଟାରୁ ସାଇଲେନ୍ସ ପିରିୟଡ ଲାଗୁ ହେବ। ସାଇଲେନ୍ସ ପିରିୟଡ ପୂର୍ବରୁ ସମସ୍ତ...

ଏଇ ଭାରତରେ

ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ...

ଜୀବନର ମୂଲ୍ୟ

ଜିକାଲିର ଯୁବପିଢ଼ି ପାଖରେ ଜୀବନ ମୂଲ୍ୟର ଉତ୍କଟ ଅଭାବ ସବୁଆଡ଼େ ପରିଲକ୍ଷିତ ହେଲାଣି, ଯାହା ସମାଜ ପାଇଁ ଏକ ଆହ୍ବାନ କହିଲେ ଅତ୍ୟୁକ୍ତି ହେବ ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri