ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଟୁଇଟ୍‌ କଲେ ରାଜଦୀପ ସରଦେଶାଇ, କହିଦେଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୭: ସୋମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଆଜି ସାରା ରାଜ୍ୟ ସ୍ତବ୍ଧ। ୩ ଦିନର ଯମ ଯନ୍ତ୍ରଣା ପରେ ଜୀବନ ହାରିଛନ୍ତି ସୋମ୍ୟାଶ୍ରୀ। ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ର୍ନିଯାତନାର ଶିକାର ହୋଇ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ବର୍ନ ୟୁନିଟ ଆଇସିୟୁରେ ଭେଣ୍ଟିଲେଟରରେ ରଖାଯିବା ସହ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ ଚିକିତ୍ସା ଚଳାଉଥିଲେ। ଏପରି କି ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଡାକ୍ତରଙ୍କ ସହ ଯୋଗାଯୋଗ କରି ତାଙ୍କର ଚିକିତ୍ସା କରାଯାଉଥିଲା। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚା ଯାଇପାରିଲା ନାହିଁ ବୋଲି ଡାକ୍ତରୀ ଟିମ ସୂଚନା ଦେଇଛନ୍ତି।

ବଞ୍ଚିଥିବାବେଳେ ମାଳମାଳ ଟ୍ବିଟ କରିବା ପରେ ସରକାର କି ସରକାରରେ ଥିବା ବ୍ୟକ୍ତି କେହି ଶୁଣୁ ନ ଥିବାବେଳେ ତାଙ୍କ ମୃତ୍ୟୁ ପରେ ଘନ ଘନ ଟ୍ବିଟରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଉଛି। ଘଟଣାକୁ ନେଇ ଚାରିଆଡୁ ଓଡ଼ିଶା ବଦନାମ ହେଉଥିବାବେଳେ ବଡ଼ ବଡ଼ ନେତାଙ୍କ ଟ୍ବିଟ ଏବେ ଏହାକୁ ଜାତୀୟ ସ୍ତରରେ ମଧ୍ୟ ଚର୍ଚ୍ଚାର ବିଷୟ କରିଛି। ଏହାରି ଭିତରେ ବରିଷ୍ଠ ସାମ୍ବାଦିକ ରାଜଦୀପ ସରଦେଶାଇ ମଧ୍ୟ ଘଟଣାକୁ ନେଇ ଟୁଇଟ୍‌ କରିଛନ୍ତି।

ନିକଟରେ ପୁରୀ ଘଟଣାକୁ ସମାଲୋଚନା କରି ଚର୍ଚ୍ଚାରେ ଥିବା ରାଜଦୀପ ଏବେ ଏଫଏମ ଘଟଣାକୁ ନେଇ ମଧ୍ୟ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି, ଆଜି ସକାଳେ ଓଡ଼ିଶାରୁ ଏକ ଦୁଃଖଦ ଖବର ଆସିଛି। ବାଲେଶ୍ୱର ଏଫଏମ ଛାତ୍ରୀ ଶିକ୍ଷକଙ୍କ ଯୌନ ର୍ନିଯାତନାର ଅଭିଯୋଗ ଆଣିଥିଲେ, ସେ ଆତ୍ମହୁତି ଉଦ୍ୟମ କରିଥିଲେ। ବର୍ତ୍ତମାନ ତାଙ୍କର ମୃତ୍ୟୁ ହୋଇଛି। ପ୍ରାର୍ଥନା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri