ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଗିରଫ

ରାୟଗଡ଼ା(ସ୍ବ.ପ୍ର.)/ନବରଙ୍ଗପୁର(ବି.ପ୍ର.),୧୦ା୧: ବେଆଇନ ଭାବେ ରାତିରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ରାୟଗଡ଼ା ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ସହକାରୀ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଦ୍ୱାରା ରବିବାର ରାତିରେ ଗିରଫ ହୋଇଛନ୍ତି। ନାୟକ ନିଜ ବୁଲେଟ୍‌(ଓଡି ୧୦ ଏମ୍‌-୩୦୦୧)ରେ ୫ଲକ୍ଷ ୫୪ ହଜାର ୫୬୦ ଟଙ୍କା ନେଇ ଯାଉଥିଲେ। ଭିଜିଲାନ୍ସ ଟିମ୍‌ ସୂଚନା ପାଇ ତାଙ୍କୁ ସ୍ଥାନୀୟ ଅରବିନ୍ଦ ନଗରଠାରେ ଧରିଥିଲା। ତେବେ ନାୟକ ଉକ୍ତ ଟଙ୍କା କେଉଁଠାରୁ ଆଣିଲେ ତାହାର ହିସାବ ସେ ଦେଇପାରି ନ ଥିଲେ। ରାତିରେ ଡିଏସ୍‌ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ ନାୟକଙ୍କ ରାୟଗଡ଼ା ମଙ୍ଗଳା ନଗର ନିକଟସ୍ଥ ଭଡ଼ାଘରେ ମଧ୍ୟ ଚଢ଼ାଉ କରାଯାଇଥିଲା। ସେଠାରୁ ୬ ଲକ୍ଷ ୩୦ ହଜାର ଟଙ୍କା ଜବତ କରାଯାଇଥିଲା। ମୋଟ ୧୧ ଲକ୍ଷ ୮୪ ହଜାର ୫୬୦ ଟଙ୍କା ନଗଦ ଆକାରରେ ଜବତ କରାଯାଇଥିବାବେଳେ ନାୟକଙ୍କ ନିକଟରେ ତାହାର ହିସାବ ନ ଥିଲା। ସୋମବାର ତାଙ୍କୁ ଜୟପୁର କୋର୍ଟ ଚାଲାଣ କରାଯାଇଛି।
ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ମନ୍ତ୍ରୀଗୁଡ଼ାସ୍ଥିତ ପୈତୃକ ବାସଭବନ ଏବଂ ଭୁବନେଶ୍ୱର ପାତ୍ରପଡ଼ାଠାରେ ସ୍ତ୍ରୀ ରହୁଥିବା ବାସଭବନରେ ମଧ୍ୟ ସୋମବାର ଏକକାଳୀନ ଚଢ଼ାଉ କରାଯାଇ ଯାଞ୍ଚ ଜାରି ରହିଛି। ଜଣେ ଅଧିକାରୀଙ୍କ ପାଖକୁ ଏତେ ଟଙ୍କା କେଉଁଠୁ ଆସିଲା ତାହାକୁ ନେଇ ଏବେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗିରଫ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଜଳଛାୟା ମିଶନ ପିଆଇଓ ଦାୟିତ୍ୱ ମଧ୍ୟ ତୁଲାଉଥିଲେ। ସେ କୋଲନରା ଓ କଲ୍ୟାଣସିଂହପୁର ବ୍ଲକ ଦାୟିତ୍ୱରେ ରହିଥିଲେ। ଜଳଛାୟା ମିଶନ ବିଭାଗରେ ଦୁର୍ନୀତି ଓ ଅନିୟମିତତା ନେଇ ବାରମ୍ବାର ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri