ବର୍ଷେ ହେଲା ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ତାଲା: ସେବା ନ ପାଇ ଯାତ୍ରୀ ହନ୍ତସନ୍ତ

ଭବାନୀପାଟଣା,୨୩ା୭(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ଅଧୀନରେ ଥିବା ୪ଟି ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ଗତ ବର୍ଷେରୁ ଊଦ୍ଧର୍‌ବ ହେଲା ତାଲା ଝୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଯାତ୍ରୀମାନେ ସେବା ନ ପାଇ ହନ୍ତସନ୍ତ ହୋଇଛନ୍ତି। ପ୍ରକାଶ ଯେ, ଜୁନାଗଡ ବ୍ଲକର ଚଞ୍ଚରାଭାଡି, ଭବାନୀପାଟଣା ବ୍ଲକର ବୋର୍ଡା, କୋକସରା ବ୍ଲକର ଆମପାଣି ଓ ଏମ୍‌ ରାମପୁର ବ୍ଲକର ରଙ୍ଗାପଦରଠାରେ ଏହି ପ୍ରଥପ୍ରାନ୍ତ ସୁବିଧା କେନ୍ଦ୍ର ରହିଛି। ଗତ ୨୦୧୮ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ଏହି ପଥପ୍ରାନ୍ତ ସେବା କେନ୍ଦ୍ର ଲୋକାର୍ପିତ ହୋଇଥିଲା। ଏଠାରେ ଯାତ୍ରୀମାନେ ବିଶ୍ରାମ ନେବା, ଶୌଚାଳୟ ବ୍ୟବହାର କରିବା, ପିଇବା ପାଣିର ବ୍ୟବସ୍ଥା ଆଦି ରହିଥିଲା। ଏହାଦ୍ବାରା ରାସ୍ତାରେ ଯାଉଥିବା ଅନେକ ଯାତ୍ରୀ ଉପକୃତ ହେଉଥିଲେ। ହେଲେ ଗତ ବର୍ଷେରୁ ଊର୍ଦ୍ଧ୍ୱ ହେଲା ଏସବୁ କେନ୍ଦ୍ରରେ ତାଲା ଝୁଲୁଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଜିଲାର ଉପରୋକ୍ତ ୪ଟି ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ କାର୍ଯ୍ୟରତ ୨୪ ଜଣ କର୍ମଚାରୀଙ୍କୁ ଛଟେଇ ପରେ ଏପରି ଅସୁବିଧା ଦେଖାଦେଇଛି। ପୂର୍ତ୍ତ ବିଭାଗ ଏକ ଘରୋଇ ଠିକା କମ୍ପାନୀକୁ ପରିଚାଳନା ପାଇଁ ଦାୟିତ୍ୱ ଦେଇଥିଲା। ୨୪ ଜଣ କର୍ମଚାରୀ ଠିକ୍‌ ଭାବେ ଦାୟିତ୍ୱ ନିର୍ବାହ କରୁଥିଲେ ମଧ୍ୟ ଠିକା କମ୍ପାନୀ ଗତ ଜୁନ ଶେଷରେ ସମସ୍ତ କର୍ମଚାରୀଙ୍କୁ ଛଟେଇ କରିଦେଇଥିଲା। ଫଳରେ ସେହିଦିନଠୁ ପଥପ୍ରାନ୍ତ ସୁବିଧା କେନ୍ଦ୍ରରେ ତାଲା ଝୁଲୁଛି। ବର୍ତ୍ତମାନ ରକ୍ଷଣାବେକ୍ଷଣ ଅଭାବରୁ ଏହି କେନ୍ଦ୍ରଗୁଡିକ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି। ଏଥିପ୍ରତି ଜିଲା ପ୍ରଶାସନ ତଥା ପୂର୍ତ୍ତ ବିଭାଗର ଦୃଷ୍ଟି ନ ପଡିବା ସାଧାରଣରେ ଆଶ୍ଚର୍ଯ୍ୟର ବିଷୟ ହୋଇଛି। ଏ ନେଇ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁନାରାମ ମୁର୍ମୁଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ଏହି କେନ୍ଦ୍ରଗୁଡିକ ଖୋଲିବ। ବର୍ତ୍ତମାନ ଏହାର ପରିଚାଳନା ଦାୟିତ୍ୱ ପର୍ଯ୍ୟଟନ ବିଭାଗକୁ ଦିଆଯାଇଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri