ଟିକା ନେଇ ଅସୁସ୍ଥ ହୋଇପଡ଼ିଲେ ୬ ଛାତ୍ରୀଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଓ ବିଭିନ୍ନ ରୋଗରୁ ସୁରକ୍ଷା ମିଳିବା ନେଇ ସରକାର ବିଭିନ୍ନ ବିଦ୍ୟାଳୟରେ ଟିକାକରଣ ବ୍ୟବସ୍ଥା କରିଛନ୍ତି। କିନ୍ତୁ ସେହି ଟିକାକରଣ ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇଥିବା ନେଇ ଅଭିଭାବକ ମହଲରେ ଚିନ୍ତା ବଢ଼ିଛି।

ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ପ୍ରାଥମିକ ବିଦ୍ୟାଳୟରେ। ବୁଧବାର ଡିପିଟି ଏବଂ ଟିଟି ଟିକାକରଣ କରାଯାଇଥିଲା। ତେବେ ଉକ୍ତ ବିଦ୍ୟାଳୟର ୬ ଜଣ ଛାତ୍ରୀଛାତ୍ର ଶୁକ୍ରବାର ମଧ୍ୟାହ୍ନରେ ବିଦ୍ୟାଳୟରେ ପାଠ ପଢ଼ୁଥିବା ସମୟରେ ହଠାତ୍‌ ଅସୁସ୍ଥ ଅନୁଭବ କରିଥିଲେ। କାହାର ଛାତି ବ୍ୟଥା ତ ଆଉ କାହାର ମୁଣ୍ଡ ପିଠି ଦେହ ବ୍ୟଥା ଏବଂ ଜ୍ୱର, ଥଣ୍ଡା ଆଦି ଦେଖିବାକୁ ମିଳିଥିଲା। ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ବଦଳରେ ନିକଟରେ ଥିବା ଅଙ୍ଗନାୱାଡି କର୍ମୀ ଲତିକା ପ୍ରଧାନ ଏବଂ ଗ୍ରାମବାସୀ ଏକ ଅଟୋ ସାହାଯ୍ୟରେ ସିମନବାଡ଼ି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେଠି ଡାକ୍ତର ଅବିନାଶ ମଲିକ ସେମାନଙ୍କୁ ଚିକିତ୍ସା କରୁଛନ୍ତି। ଡାକ୍ତର କହିଛନ୍ତି, ପ୍ରଥମେ ଯିଏ ଯାହା ସମସ୍ୟା ହୋଇଛି କହୁଛନ୍ତି ପ୍ରାଥମିକ ଚିକିତ୍ସା ସେହି ଅନୁସାରେ କରାଯାଉଛି। ପରେ କେଉଁ କାରଣରୁ ଏହା ହୋଇଛି ରକ୍ତ ଓ ସ୍ବାସ୍ଥ୍ୟ ପରୀକ୍ଷା କରାଇଲେ ସ୍ପଷ୍ଟ ଜଣାପଡ଼ିବ ବୋଲି କହିଛନ୍ତି। ସେପଟେ ବିଦ୍ୟାଳୟ କର୍ତ୍ତୃପକ୍ଷ ଅସୁସ୍ଥ ପିଲାମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ଆଣିବା ପାଇଁ କୌଣସି ପଦକ୍ଷେପ ନେଇ ନ ଥିବା ନେଇ ଅସନ୍ତୋଷ ଦେଖାଯାଇଛ। ଟିକା ଯୋଗୁ ନା ଅନ୍ୟ କାରଣରୁ ଏଭଳି ଘଟଣା ଘଟିଛି ତଦନ୍ତ ପରେ ଜଣାପଡ଼ିବ ବୋଲି ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri