ରାଜ୍ୟସ୍ତରୀୟ ଖାଦ୍ୟ ମେଳା: ଭାଗ ନେବେ ଲାଞ୍ଜିଗଡ ବ୍ଲକର ୩ ଏସଏଚଜି ମହିଳା

ଭବାନୀପାଟଣା,୧୬।୭( ଉତ୍ତମ କୁମାର ଦାଶ )-ଆସନ୍ତା ସପ୍ତାହରେ ରାଜଧାନୀ ଭୁବନେଶ୍ୱରସ୍ଥିତ ମେ ଫେୟାର ଲାଗୁନରେ ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା। ଏଥିରେ ରାଜ୍ୟର ୩୦ ଜିଲାର ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ତିନିଜଣ ଲେଖାଏଁ ମହିଳା ପ୍ରତିଯୋଗୀ ଭାଗ ନେବେ ବୋଲି ସୂଚନା ମିଳିଛି। ଏହି କ୍ରମରେ କଳାହାଣ୍ଡି ଜିଲା ସ୍ତରୀୟ ପାରମ୍ପରିକ ଖାଦ୍ୟ ମେଳାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁରସ୍ଥିତ ମା ଠାକୁରାଣୀ ସ୍ୱୟଂ ସହାୟକ ଗୋଷ୍ଠୀର ବିଭୁଲତା ନାୟକ, ସୌଦାମିନୀ ଦାସ ଓ ସରସ୍ବତୀ ଦଣ୍ଡସେନା କଳାହାଣ୍ଡି ଜିଲା ପାଇଁ ପ୍ରତିନିଧିତ୍ୱ କରିବେ। ଏହି ଖବର ମିଳିବା ପରେ କଳାହାଣ୍ଡି ଜିଲାରେ ଖୁସିର ଲହରୀ ଖେଳି ଯାଇଛି। ଏହାକୁ ନେଇଁ କଳାହାଣ୍ଡି ଜିଲା ପ୍ରଶାସନ ଓ ଲାଞ୍ଜିଗଡ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି।

ସୂଚନାଯୋଗ୍ୟ, ମା ଠାକୁରାଣୀ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ତିନି ବର୍ଷରୁ ଅଧିକ ସମୟ ହେଲା ବିଶ୍ୱନାଥପୁରସ୍ଥିତ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ମିଶନଶକ୍ତି କାଫେକୁ ସୁଚାରୁ ରୂପେ ପରିଚାଳନା କରି ଆସୁଛନ୍ତି। ମିଶନଶକ୍ତି ଜରିଆରେ ଏହି ଗୋଷ୍ଠୀର ମହିଳାମାନେ ସଶକ୍ତ ଓ ଆତ୍ମନିର୍ଭରଶୀଳ ହେବା ପାଇଁ ଅଣ୍ଟା ଭିଡ଼ିଥିବାବେଳେ ରାଜ୍ୟସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳା ସେମାନଙ୍କ ପାଇଁ ଏକ ସୁଯୋଗ ଆଣିଦେଇଛି। ତିନିଜଣଙ୍କ ମଧ୍ୟରୁ ବିଭୁଲତା ମୁଖ୍ୟ ରୋଷେୟା ଓ ତାଙ୍କର ଦୁଇ ସହଯୋଗୀ ଭାବେ ସୌଦାମିନୀ ଓ ସରସ୍ବତୀ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଭାଗନେଇ ନିଜର ରୋଷେଇ କଳା ଓ କୌଶଳ ପ୍ରଦର୍ଶନ କରିବେ। ତେବେ ଆଦିବାସୀ ଅଧ୍ୟୁଷିତ ଲାଞ୍ଜିଗଡ ବ୍ଲକର ମହିଳାମାନେ ଜିଲ୍ଲାସ୍ତରରେ ପ୍ରଥମ ହେବା ସହିତ ରାଜ୍ୟସ୍ତରର ପ୍ରତିଯୋଗିତା ପାଇଁ ମନୋନୀତ ହେବା ନିଶ୍ଚିତ ଭାବେ ଖୁସିର ବିଷୟ ଓ ମହିଳା ସଶକ୍ତିକରଣର ଅନ୍ୟତମ ଉଦାହରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri