ଯାତ୍ରୀଙ୍କୁ ନେଇ ଯାଉଥିଲା ଲକ୍ଷ୍ମୀବସ୍‌, ପଶିଗଲା ଜଙ୍ଗଲ ଭିତରେ…

ନିରାକାରପୁର,୧ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ସୋମବାର ଗୋଟେ ବଡ଼ ଅଘଟଣରୁ ବର୍ତ୍ତିଯାଇଛି ଓଡ଼ିଶା ସରକାରଙ୍କ ଲକ୍ଷ୍ମୀ ବସ୍‌।
ପ୍ରକାଶ ଯେ, ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲା କାମାଗୁରୁ ପଞ୍ଚାୟତରେ ଥିବା ଏକ କଲେଜ ପାଖରେ ଟାଙ୍କୋଳରୁ କାମାଗୁରୁ ଅଭିମୁଖେ ମହିଳା ପାସେଞ୍ଜରଙ୍କୁ ନେଇ ଆସୁଥିବା ଲକ୍ଷ୍ମୀବସ୍‌ ଭାରସାମ୍ୟ ହରାଇ ବିଭିନ୍ନ ଗଛରେ ମାଡ଼ ହୋଇ କିଛି ବାଟ ଜଙ୍ଗଲ ଭିତରକୁ ପଶିଯାଇଥିଲା। ଫଳରେ ବସ୍‌ରେ ଥିବା ମହିଳା ଯାତ୍ରୀମାନେ ସାମାନ୍ୟ ଆହତ ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଆହତ ଯାତ୍ରୀମାନେ ପାଖ ଅଞ୍ଚଳର ହୋଇଥିବାରୁ ସେମାନଙ୍କ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ସେଠାରୁ ନେଇଯାଇଥିବା ଜଣାପଡ଼ିଛି। ରାସ୍ତାକଡ଼ରେ ପାନୀୟ ଜଳ ପାଇପ୍‌ ବିଛାଯାଇଛି। ତା’ ଉପରେ ମାଟି ବିଛାଯାଇଛି। ବସ୍‌ଟି ପାଇପ୍‌ ଉପରେ ବିଛାଯାଇଥିବା ମାଟି ଉପରେ ଚଢ଼ିଯିବାରୁ ଭାରସାମ୍ୟ ହରାଇ କିଛି ବାଟ ଜଙ୍ଗଲ ମଧ୍ୟକୁ ପଶିଯାଇଥିଲା। ଖବର ପାଇ ଜଙ୍କିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri