ରାସ୍ତାକଡରେ ଗାଡ଼ି ରଖି ଯାଇଥିଲେ ପାଣି ପିଇବାକୁ ଆଇଲା ବେଳକୁ  ନଥିଲା, ଏବେ  ଚୋରଗଲେ…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କେଦାର ଦାସଙ୍କ ଠାରୁ ପୋଲିସ ଦୁଇଟି ଚୋରି ବାଇକ ଜବତ କରଛି। ଥାନା ମାମଲା ନଂ. ୨୫୫/୨୫ ଅନୁଯାୟୀ ମଙ୍ଗଳବାର ତାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛିି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।
ଶନିବାର ରାତି ପ୍ରାୟ ସାଢେ ୯ଟାରେ ପାଟପୁର ଥାନା ନରସିଂହଗଡ ଗ୍ରାମର କୁନା ପ୍ରଧାନ ତାଙ୍କ ବଡ ଭାଇଙ୍କ ବାଇକ (ନଂ.ଓଡି ୦୭ ଟି – ୪୫୨୬) ଯୋଗେ ଦିଗପହଣ୍ଡି ଆସି ସ୍ଥାନୀୟ ପୁଞ୍ଜିକଂୟା ଛକରେ ଏକ ଯାତ୍ରୀବାହୀ ବସ୍‌କୁ ଅପେକ୍ଷା କରିଥିଲେ। ବାଇକକୁ ରାସ୍ତାକଡରେ ରଖି ପାଣି ପିଇବାକୁ ଯାଇଥିବା ବେଳେ ତାଙ୍କ ବାଇକକୁ କେହି ଦୁର୍ବୃତ୍ତ ଚୋରି କରିଥିଲେ। ଏ ନେଇ ସେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଏତଲାକୁ ଭିତ୍ତିକରି ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ପ୍ରାପ୍ତ ସୂଚନାକୁ ଭିତ୍ତିକରି ମଙ୍ଗଳବାର ସକାଳେ ତଦନ୍ତକାରୀ ଅଧିକାରୀ ଏଏସଆଇ କେ.ର୍ମିଦ୍ଧା ଅଭିଯୁକ୍ତ କେଦାର ଉକ୍ତ ଚୋରି ବାଇକକୁ ନେଇ ଡେଙ୍ଗାଓସ୍ତା ଗ୍ରାମରୁ ବ୍ରହ୍ମପୁର ଯାଉଥିବା ଖବର ପାଇଥିଲେ। ପୋଲିସ ଟିମ ସଦଳବଳେ ଡେଙ୍ଗାଓସ୍ତା ଗ୍ରାମରେ ଚଢାଉ କରି ବାଇକକୁ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ପରେ ତାଙ୍କ ଦିଗପହଣ୍ଡି ସାହାଣୀ ସାହି ସ୍ଥିତ ଘରେ ଚଢ଼ାଉ କରି ଅନ୍ୟ ଏକ ଚୋରି ବାଇକ (ନଂ. ଓଡ଼ି୦୭ ଇ- ୧୫୭୭) କୁ ଜବତ କରିଥିବା ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri