କମାଲ କରୁଛି ଟ୍ରାକିଂ କ୍ୟାମେରା : ଯିଏ ପଶୁଛି ସେ ଫସୁଛି

ନୀଳଗିରି,୨୭।୮(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଳଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଟ୍ରାପ କ୍ୟାମେରା । ଝରଣାଘାଟି ସେକ୍ସନ ଚେମଚଟା ବିଟ୍‌ କଙ୍କଡାବିଳ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଦୁଇଟି ଟ୍ରାପ କ୍ୟାମେରାରେ କୟଦ ହୋଇଥିବା ଚିତ୍ର ଅନୁଯାୟୀ ଗତ ଅଗଷ୍ଟ ୯ତାରିଖ ଭୋର ୫.୦୫ରେ ବାଲେଶ୍ୱର ଜିଲା ଔପଦା ଥାନା ଦରଖୋଳି ଅଞ୍ଚଳ ପିଣ୍ଡାବସା ଗ୍ରାମର ଦାମ ସମଦ(୨୩) ଏବଂ ଉକ୍ତ ଗ୍ରାମର ସୁଦର୍ଶନ ବିଶ୍ୱାଳ(୫୮) କୁଳଡିହା ରେଞ୍ଜରେ ପଶୁ ଶିକାର ଉଦ୍ଦେଶ୍ୟରେ ପଶିଥିଲେ। ବନବିଭାଗର ଋଟିନ ଚେକ ସମୟରେ ଘଟଣା ଜଣାପଡିବା ପରେ ସେମାନଙ୍କ ସନ୍ଧାନରେ ଥିଲା। ଗତ ଅଗଷ୍ଟ ୨୬ତାରିଖ ସକାଳ ୬.୧୫ ସମୟରେ କୁଲଡ଼ିହା ବନବିଭାଗ ଏବଂ ସୋର ବନବିଭାଗର କର୍ମଚାରୀ ଉଭୟ ଶିକାରୀଙ୍କୁ ତାଙ୍କ ଘରୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ଗୋଟିଏ ଗୁଳିଭର୍ତ୍ତି ଦେଶୀବନ୍ଧୁକ, କାଣ୍ଡ, ଧନୁତୀର, କୁରାଢି, କତା, ହରିଣ ଶିଙ୍ଗ, ଛୁରୀ , ଫାଶ ସମେତ ଅନ୍ୟାନ୍ୟ ମାରଣାସ୍ତ୍ର ଜବତକରି ବନ୍ୟଜନ୍ତୁ ସୁରକ୍ଷା ଆଇନ ଅନୁଯାୟୀ କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ଚାଲିଥିବା ବିଭାଗୀୟ ସୂତ୍ରରୁ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri