ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍‌ ପ୍ରଧାନ ଦେଲେ ସାଂଘାତିକ ବୟାନ, ଭାଜପା ମୋତେ…

ଭୁବନେଶ୍ୱର,୨୧।୭: ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ଗିରଫଦାରିକୁ ନେଇ ଘେରିଛି ଭାଜପା। ଏହି ସମୟରେ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି ଉଦିତ ପ୍ରଧାନ। ସେ କହିଛନ୍ତି, ଏହା ଭାଜପା ସରକାରର ପ୍ଲାନ୍‌। ଏବିଭିପି ଯୋଜନା କରି ଫସେଇ ଦେଇଛି। ମେଡିକାଲ ରିପୋର୍ଟ ଆସିଲେ ସତ୍ୟତା ଜଣାପଡିବ। ଆଗକୁ ନିର୍ବାଚନ ଆସୁଛି, ସେଥିପାଇଁ ମୋତେ ଫସାଯାଉଛି। ସେ ଯୁବତୀ କିଏ ମୁଁ ଜାଣିନାହିଁ। ମେଡିକାଲ ରିପୋର୍ଟ ଆସିଲେ ସତ ଜଣାପଡିବ ବୋଲି କହିଛନ୍ତି ଉଦିତ।

ଅନ୍ୟପଟେ ଗିରଫ ପରେ ଜେଲ ଯାଇଛନ୍ତି ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନ। ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ଝାରପଡ଼ା ଜେଲ ଯାଇଛନ୍ତି। ବଳାତ୍କାର ଅଭିଯୋଗରେ ଗିରଫ କରିଥିଲା ମଞ୍ଚେଶ୍ୱର ଥାନା ପୋଲିସ। ଗିରଫ ପରେ ଉଦିତ୍‌ ପ୍ରଧାନଙ୍କୁ ନିଲମ୍ବନ କରିଥିଲା କଂଗ୍ରେସ।

ସୂଚନାଯୋଗ୍ୟ, ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଉଦିତଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।ଅଭିଯୋଗ ଅନୁଯାୟୀ, ପୀଡ଼ିତା ହେଉଛନ୍ତି ଚନ୍ଦକା ଥାନା ଅଞ୍ଚଳର। ସେ ଓ ତାଙ୍କର ଜଣେ ସାଙ୍ଗ ଅନ୍ୟ ଜଣେ ଯୁବକଙ୍କ ସହ ଗତ ମାର୍ଚ୍ଚ ୧୮ ସନ୍ଧ୍ୟାରେ ମାଷ୍ଟରକ୍ୟାଣ୍ଟିନକୁ ବୁଲି ଯାଇଥିଲେ। ଏହାପରେ ସେଠାରେ ଉଦିତ୍ ସେମାନଙ୍କ ଗାଡ଼ିରେ ଆସି ବସିଥିଲେ। ତାଙ୍କୁ ବୁଲେଇ ନେବାକୁ କହି ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ହୋଟେଲକୁ ନେଇଯାଇଥିଲେ। ସେଠାରେ ଉଦିତ ଓ ଅନ୍ୟମାନେ ମଦ୍ୟପାନ କରିଥିଲେ। ଉଦିତ ତାଙ୍କୁ ମୃଦୁ ପାନୀୟରେ ନିଶା ଦ୍ରବ୍ୟ ମିଶାଇ ପିଇବାକୁ ଦେବା ପରେ ତାଙ୍କ ମୁଣ୍ଡ ବୁଲେଇଥିଲା। ସେ ଘରକୁ ଯିବାକୁ ଚେଷ୍ଟା କରିବାରୁ ଉଦିତ ଓ ଅନ୍ୟମାନେ ତାଙ୍କୁ ଛାଡ଼ି ନ ଥିଲେ। ତାଙ୍କୁ ନିଶା ହୋଇଯିବା ପରେ ଉଦିତ ତାଙ୍କୁ ବଳାତ୍କାର କରିଥିଲେ। ପ୍ରାୟ ୩୦ମିନିଟ ପରେ ତାଙ୍କ ଆଖି ଖୋଲିବାରୁ ଏ ବିଷୟରେ ସେ ଜାଣିପାରିଥିଲେ। ଉଦିତ ତାଙ୍କୁ ଧମକ ଦେବାରୁ ସେ ଚୁପ ରହିଥିଲେ। ତେବେ ବର୍ତ୍ତମାନ ପରିସ୍ଥିତିରେ ନାରୀଙ୍କୁ ନ୍ୟାୟ ଦେବା ଅଭିଯାନ ଚାଲିଥିବା ବେଳେ ପୀଡ଼ିତା ସାହସ କରି ଏତଲା ଦେଇଛନ୍ତି ବୋଲି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri