ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)। ସୋମବାର ପଞ୍ଚାୟତରେ ଚାଉଳ ବଣ୍ଟାଯାଉଥିଲା। ଚତୁର୍ଥ ଶ୍ରେଣୀ କର୍ମଚାରୀ ଖଲି କୌଣସି କାର୍ଯ୍ୟରେ ପଞ୍ଚାୟତ କାର୍ଯ୍ୟାଳୟରୁ ବାହାରକୁ ଆସିଥିବା ବେଳେ ହଠାତ୍ ତଳେ ପଡ଼ିଯାଇଥିଲେ।ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଖଲିଙ୍କର ମୃତ୍ୟୁ ଘଟିଥିବା ଡା. ସୁଧାକର ଦାସ କହିଛନ୍ତି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥାଇପାରେ ବୋଲି ସେ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ଗରିବ ଶ୍ରେଣୀର ଖଲିଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପୂର୍ବତନ ଜିଲା ପରିଷଦ ସଭ୍ୟ ପି. ହରେକୃଷ୍ଣ ରେଡ୍ଡୀ ଏବଂ ପୂର୍ବତନ ସରପଞ୍ଚ ଅନ୍ତର୍ଯାମୀ ବେହେରା ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।
ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…
ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ
ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…
ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…
ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…
ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ
ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…
ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର
ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…
ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…
Archives

