ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ଋଣ ଶସ୍ତା କରିବ ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୯:ଦେଶର ସର୍ବବୃହତ୍‌ ବ୍ୟାଙ୍କ କୁହାଯାଉଥିବା ଏସ୍‌ବିଆଇ ପାର୍ବଣ ପୂର୍ବରୁ ନିଜର ଗ୍ରାହକଙ୍କୁ ବଡ଼ ଉପହାର ଦେଇଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଅକ୍ଟୋବର ପହିଲାରୁ ସମସ୍ତ ଫ୍ଲୋଟିଂ ରେଟ୍‌କୁ ଏକ୍ସଟରନାଲ ବେଞ୍ଚମାର୍କ ରୂପରେ ରେପୋ ରେଟ୍‌ ସହ ଯୋଡିବାକୁ ନିଷ୍ପତ୍ତି ନେଇଛି। ଫଳରେ ଏମ୍‌ଏସ୍‌ଏମ୍‌ଇ, ରିଟେଲ ଓ ହାଉସିଂ ଋଣ ଶସ୍ତା ହେବ। ଅକ୍ଟୋବର ପହିଲାରୁ ସମସ୍ତ ପ୍ରକାର ନୂଆ ପରିବର୍ତ୍ତନଶୀଳ(ଫ୍ଲୋଟିଂ) ରେଟ୍‌ ଲାଗୁ ଥିବା ପର୍ସନାଲ, ଖୁଚୁରା ଓ ଏମ୍‌ଏସ୍‌ଏମ୍‌ଇ ଋଣକୁ ବାହ୍ୟ ବେଞ୍ଚମାର୍କ ସହ ଯୋଡିଦେବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ବ୍ୟାଙ୍କଗୁଡ଼ିକୁ ନିଜର ସ୍ବତନ୍ତ୍ର ବେଞ୍ଚମାର୍କ ନିର୍ଦ୍ଧାରଣ କରିବାକୁ ସୁଯୋଗ ଦିଆଯାଇଛି। ବ୍ୟାଙ୍କଗୁଡ଼ିକ ରେପୋ ରେଟ୍‌, ତ୍ରୈମାସ ଅଥବା ୬ ମାସ ରାଜସ୍ବ ବିଲ୍‌ ଅଥବା ଫାଇନାନ୍ସିଆଲ ବେଞ୍ଚମାର୍କ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ ଦ୍ୱାରା ଜାରି କରାଯାଇଥିବା ଯେକୌଣସି ବଜାର ସୁଧ ହାର ମାନଦଣ୍ଡକୁ ଚୟନ କରିପାରିବେ ବୋଲି ରିଜର୍ଭ ବ୍ୟାଙ୍କ ତାଙ୍କ ନିର୍ଦ୍ଦେଶରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?