Posted inଜାତୀୟ

ଅକ୍ଟୋବର ୪ରେ ସିଭିଲ ସର୍ଭିସ ପ୍ରିଲିମ୍‌

ନୂଆଦିଲ୍ଲୀ,୫ା୬(ପି.ଟି.)-ଚଳିତ ବର୍ଷର ସିଭିଲ୍‌ ସର୍ଭିସ୍‌ ପ୍ରାରମ୍ଭିକ ପରୀକ୍ଷା (ପ୍ରିଲିମ୍‌) ଅକ୍ଟୋବର ୪ରେ ଅନୁଷ୍ଠିତ ହେବ। କେନ୍ଦ୍ର ଜନସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ଶୁକ୍ରବାର ଏହା ଘୋଷଣା କରାଯାଇଛି। ସଂଶୋଧିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍‌ ସର୍ଭିସ୍‌ର ମୁଖ୍ୟ ପରୀକ୍ଷା ୨୦୨୧ ଜାନୁୟାରୀ ୮ରୁ ଆରମ୍ଭ ହୋଇ ୫ ଦିନ ଚାଲିବ। ଏହାବ୍ୟତୀତ ଗତବର୍ଷ ସିଭିଲ୍‌ ସର୍ଭିସ ପ୍ରିଲିମ୍‌ ଏବଂ ମୁଖ୍ୟ ପରୀକ୍ଷା ମାଧ୍ୟମରେ ଚୟନ ହୋଇଥିବା ପ୍ରାର୍ଥୀମାନଙ୍କର ବ୍ୟକ୍ତିତ୍ୱ ପରୀକ୍ଷା (ଭାଏଭା) ଜୁଲାଇ ୨୦ରୁ ଆରମ୍ଭ ହେବାକୁ ଯାଉଛି। ଅବଶିଷ୍ଟ ପ୍ରାର୍ଥୀଙ୍କ ବ୍ୟକ୍ତିତ୍ୱ ପରୀକ୍ଷା ସମ୍ପର୍କରେ ସେମାନଙ୍କୁ ବ୍ୟକ୍ତିଗତ ଭାବେ ଜଣାଇ ଦିଆଯିବ ବୋଲି କମିଶନ ପକ୍ଷରୁ କୁହାଯାଇଛି।
ଚଳିତ ବର୍ଷ ପ୍ରିଲିମ୍‌ ପରୀକ୍ଷା ମେ’ ୩୧ରେ କରାଇବା ଲାଗି କାର୍ଯ୍ୟସୂଚୀ ସ୍ଥିର ହୋଇଥିଲା। ତେବେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା ହେବାରୁ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ସାନି ତାରିଖ ଘୋଷଣା ହୋଇଥିବାରୁ ଏହା ବାତିଲ ହୋଇଯିବ ବୋଲି ପୂର୍ବରୁ କେତେକ ମହଲରେ ଯେଉଁ ଆଶଙ୍କା କରାଯାଉଥିଲା ତାହା ଦୂର ହୋଇଛି ବୋଲି ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି।
ପ୍ରତିବର୍ଷ ତିନୋଟି ପର୍ଯ୍ୟାୟରେ ସିଭିଲ ସର୍ଭିସ୍‌ ପରୀକ୍ଷା ହୋଇଥାଏ। ତାହା ହେଲା ପ୍ରିଲିମ୍‌, ମୁଖ୍ୟ ପରୀକ୍ଷା ଓ ସାକ୍ଷାତ୍‌କାର। ଏହି ପରୀକ୍ଷା ମାଧ୍ୟମରେ ୟୁପିଏସ୍‌ସି ଭାରତୀୟ ପ୍ରଶାସିନକ ସେବା (ଆଇଏଏସ୍‌), ଭାରତୀୟ ବିଦେଶ ସେବା (ଆଇଏଫ୍‌ଏସ୍‌) ଏବଂ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଆଦି ଲାଗି ପ୍ରାର୍ଥୀ ଚୟନ କରିଥାଏ। ପ୍ରତିବର୍ଷ ଲକ୍ଷାଧିକ ଆଶାୟୀ ଏହି ପରୀକ୍ଷା ଦେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri