ଅକ୍ସନ ପଥର ଖଣିରୁ ପଥର ଛାଡୁ ନାହାନ୍ତି ଗ୍ରାମବାସୀ

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଅଙ୍କୁରା ରାଜସ୍ବ ମୌଜାରେ ଅକ୍ସନ ହୋଇଥିବା ୧୦ ଏକର ୭୨ ଡିସିମିଲ ହୁଡିରୁ ପଥର ଉତ୍ତୋଳନକୁ ଶୁକ୍ରବାର ଶତାଧିକ ମହିଳା ବିରୋଧ କରିଛନ୍ତି। ପାଟଣା ତହସିଲ ପକ୍ଷରୁ ସମ୍ପୃକ୍ତ ହୁଡ଼ିର ଚିହ୍ନଟ ସମୟରେ ଗ୍ରାମବାସୀ ଏହାକୁ ବିରୋଧ କରି ପ୍ରତିବାଦ କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଉକ୍ତ ହୁଡ଼ିଟି ଚଳିତ ବର୍ଷ ପ୍ରଥମ କରି ସରକାରଙ୍କ ଦାରା ସ୍ଥାୟୀ ପଥର ଉତ୍ସ ଭାବେ ଘୋଷଣା ହେବା ପରେ ୩୧୧ ଟଙ୍କା କ୍ୟୁବିକ ମିଟରରେ କଟକର ଏକ କନଷ୍ଟ୍ରକ୍ସନ ପ୍ରାଇଭେଟ ଲିମିଟେଡ଼ କମ୍ପାନୀ ୫ ବର୍ଷିଆ ଲିଜ୍‌ ସହ ମାଇନିଂ ଆପ୍ରୁଭାଲ ଓ ଇସି ପାଇସାରିଛି। ଯଦି ଏହି ହୁଡିରୁ ପଥର ଉତ୍ତୋଳନ ବନ୍ଦ ହେବ ସରକାର ବାର୍ଷିକ ୯୦ ଲକ୍ଷ ଟଙ୍କାର ରାଜସ୍ବ ହରାଇବେ ବୋଲି ତହସିଲଦାର ଶିବପ୍ରଶାଦ ମୁର୍ମୁ କହିଛନ୍ତି। ସମ୍ପୃକ୍ତ କମ୍ପାନୀ ସରକାରଙ୍କ ରାଜସ୍ବ ବିଭାଗକୁ ଏକଚତୁର୍ଥାଂଶ ଅର୍ଥାତ ୨୨ ଲକ୍ଷ ଟଙ୍କା ପୈଠ କରିସାରିଛି। ତେବେ ବିରୋଧ ପରେ ଘଟଣାସ୍ଥଳରେ ତହସିଲଦାର ଶିବପ୍ରସାଦ ମୁର୍ମୁ, ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଲିଙ୍ଗରାଜ ଦାଶ ଓ ପାଟଣା ପୋଲିସ ପହଞ୍ଚଥିଲେ ହେଁ କୌଣସି ମତେ ଉକ୍ତ ହୁଡିରୁ ପଥର ଉତ୍ତୋଳନ କରିବାକୁ ଦିଆଯିବନାହିଁ ବୋଲି ଗ୍ରାମବାସୀ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri