ଅକ୍ସନ ପଥର ଖଣିରୁ ପଥର ଛାଡୁ ନାହାନ୍ତି ଗ୍ରାମବାସୀ

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଅଙ୍କୁରା ରାଜସ୍ବ ମୌଜାରେ ଅକ୍ସନ ହୋଇଥିବା ୧୦ ଏକର ୭୨ ଡିସିମିଲ ହୁଡିରୁ ପଥର ଉତ୍ତୋଳନକୁ ଶୁକ୍ରବାର ଶତାଧିକ ମହିଳା ବିରୋଧ କରିଛନ୍ତି। ପାଟଣା ତହସିଲ ପକ୍ଷରୁ ସମ୍ପୃକ୍ତ ହୁଡ଼ିର ଚିହ୍ନଟ ସମୟରେ ଗ୍ରାମବାସୀ ଏହାକୁ ବିରୋଧ କରି ପ୍ରତିବାଦ କରିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଉକ୍ତ ହୁଡ଼ିଟି ଚଳିତ ବର୍ଷ ପ୍ରଥମ କରି ସରକାରଙ୍କ ଦାରା ସ୍ଥାୟୀ ପଥର ଉତ୍ସ ଭାବେ ଘୋଷଣା ହେବା ପରେ ୩୧୧ ଟଙ୍କା କ୍ୟୁବିକ ମିଟରରେ କଟକର ଏକ କନଷ୍ଟ୍ରକ୍ସନ ପ୍ରାଇଭେଟ ଲିମିଟେଡ଼ କମ୍ପାନୀ ୫ ବର୍ଷିଆ ଲିଜ୍‌ ସହ ମାଇନିଂ ଆପ୍ରୁଭାଲ ଓ ଇସି ପାଇସାରିଛି। ଯଦି ଏହି ହୁଡିରୁ ପଥର ଉତ୍ତୋଳନ ବନ୍ଦ ହେବ ସରକାର ବାର୍ଷିକ ୯୦ ଲକ୍ଷ ଟଙ୍କାର ରାଜସ୍ବ ହରାଇବେ ବୋଲି ତହସିଲଦାର ଶିବପ୍ରଶାଦ ମୁର୍ମୁ କହିଛନ୍ତି। ସମ୍ପୃକ୍ତ କମ୍ପାନୀ ସରକାରଙ୍କ ରାଜସ୍ବ ବିଭାଗକୁ ଏକଚତୁର୍ଥାଂଶ ଅର୍ଥାତ ୨୨ ଲକ୍ଷ ଟଙ୍କା ପୈଠ କରିସାରିଛି। ତେବେ ବିରୋଧ ପରେ ଘଟଣାସ୍ଥଳରେ ତହସିଲଦାର ଶିବପ୍ରସାଦ ମୁର୍ମୁ, ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଲିଙ୍ଗରାଜ ଦାଶ ଓ ପାଟଣା ପୋଲିସ ପହଞ୍ଚଥିଲେ ହେଁ କୌଣସି ମତେ ଉକ୍ତ ହୁଡିରୁ ପଥର ଉତ୍ତୋଳନ କରିବାକୁ ଦିଆଯିବନାହିଁ ବୋଲି ଗ୍ରାମବାସୀ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri