Posted inଫୁରସତ

ଅକ୍ସିଜେନ ପାର୍ଲର

ନାସିକ: ଅଣନିଃଶ୍ୱାସୀ କରୁଛି ବାୟୁ ପ୍ରଦୂଷଣ। ବିଶେଷ କରି ଭାରତ ଭଳି ଜନବହୁଳ ରାଷ୍ଟ୍ରରେ ଏହାର ମୁକାବିଲା କରିବା ଚ୍ୟାଲେଞ୍ଜ ପାଲଟିଛି। ଏଭଳି ସ୍ଥିତିରେ ଯାତ୍ରୀଙ୍କୁ ବିଶୁଦ୍ଧ ବାୟୁ ଉପଲବ୍ଧ କରାଇବା ଉଦ୍ଦେଶ୍ୟରେ ମହାରାଷ୍ଟ୍ରର ନାସିକ ରେଲଓ୍ବେ ଷ୍ଟେଶନରେ ଆରମ୍ଭ ହୋଇଛି ଅକ୍ସିଜେନ ପାର୍ଲର। ସ୍ଥାନୀୟ ରେଲଓ୍ବେ ବିଭାଗ ସହାୟତାରେ ଏହି ପାର୍ଲରକୁ ପ୍ରସ୍ତୁତ କରିଛି ଏରୋ ଗାର୍ଡ ସଂସ୍ଥା।
ସଂସ୍ଥାର ସଂସ୍ଥାପକ ଅମିତ ଅମୃତକରଙ୍କ କହିବା କଥା, ନ୍ୟାଶନାଲ ଏରୋନେଟିକ୍ସ ଆଣ୍ଡ ସ୍ପେଶ ଆଡ୍‌ମିନ୍‌ଷ୍ଟ୍ରେଶନର ପରାମର୍ଶ ପରେ ଅକ୍ସିଜେନ ପାର୍ଲରର ଆଇଡିଆ ଆସିଥିଲା। ବାୟୁ ପ୍ରଦୂଷଣ ଏବଂ ଏହାକୁ ରୋକିବା ନେଇ ୧୯୮୯ରେ ନାସା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟୟନ କରାଯାଇଥିଲା। ନାସାର ବୈଜ୍ଞାନିକମାନେ ପ୍ରଦୂଷିତ ବାୟୁକୁ ଶୋଷି ପାରୁଥିବା ସବୁଠାରୁ ୫ଟି ଉତ୍ତମ ଗଛ ଚିହ୍ନଟ କରିଥିଲେ। ରେଲଓ୍ବେ ଷ୍ଟେଶନରେ ଲଗାଯାଇଥିବା ଅଧିକାଂଶ ଗଛ ସେହି ପ୍ରଜାତିର। ଷ୍ଟେଶନରେ ୧୫୦୦ ଗଛ ଲଗାଯାଇଛି। ପ୍ରତି ଗଛ ନିଜ ପରିଧି ମଧ୍ୟରେ ୧୦୦ ବର୍ଗଫୁଟ ଅଞ୍ଚଳର ବାୟୁକୁ ଶୁଦ୍ଧ କରିପାରିବ। କେବଳ ରେଲଓ୍ବେ ଷ୍ଟେଶନ ନୁହେଁ, ପ୍ରତି ଘରେ ଏପରି ଗଛ ଲଗାଇବା ଦ୍ୱାରା ଦେଶର ବାୟୁ ପ୍ରଦୂଷଣ ଭଳି ସମସ୍ୟାର ସମାଧାନ ହୋଇପାରିବ। ଲୋକମାନେ ବାୟୁ ପ୍ରଦୂଷଣରୁ ଭୋଗୁଥିବା ରୋଗ ମଧ୍ୟ ହ୍ରାସ ପାଇବ।
ଏପରି ଅଭିନବ ପ୍ରକଳ୍ପକୁ ରେଳ ଯାତ୍ରୀମାନେ ସ୍ବାଗତ କରିଛନ୍ତି। ରେଲଓ୍ବେ ମନ୍ତ୍ରଣାଳୟ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ଏପରି ଅଭିନବ ପାର୍ଲର ବାୟୁର ଗୁଣବତ୍ତା ବଢ଼ାଇବାରେ ସହାୟକ ହେବ। ପ୍ରତି ରେଲଓ୍ବେ ଷ୍ଟେଶନରେ ଏପରି ବ୍ୟବସ୍ଥା କରାଯିବା ଆବଶ୍ୟକ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍‌କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ।…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri