‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’

ବାଲେଶ୍ୱର ଅଫିସ୍‌, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ବାଲେଶ୍ୱର ଏକ ଘରୋଇ ହୋଟେଲ ପରିସରରେ ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।
ସେ କହିଛନ୍ତି ଯେ, କେନ୍ଦ୍ର ସରକାର ନିଜର ନିର୍ବାଚନୀ ଇସ୍ତାହାରରେ ଏହି ପ୍ରସଙ୍ଗକୁ ରଖିଥିବା ବେଳେ ନିଜର ପ୍ରତିଶ୍ରୁତି ପାଳନ କରିଛନ୍ତି। ପୂର୍ବରୁ କଶ୍ମୀରର କୌଣସି ଯୁବତୀ ଅନ୍ୟ ରାଜ୍ୟରେ ବିବାହ କଲେ ତାଙ୍କର କଶ୍ମୀର ନାଗରିକତ୍ୱ ଲୋପ ପାଇ ଯାଉଥିଲା। ଅନ୍ୟ ପକ୍ଷରେ ପାକିସ୍ଥାନର ଯୁବକ କଶ୍ମୀର ଯୁବତୀଙ୍କୁ ବିବାହ କଲେ କଶ୍ମୀରର ନାଗରିକତ୍ୱ ପାଇଯାଉଥିଲା। ଗୋଟିଏ ଦେଶ ଭିତରେ ଦୁଇଟି ବ୍ୟବସ୍ଥା ଦୀର୍ଘ ବର୍ଷ ଧରି ଚାଲିଆସୁଥିଲା। ଗୋଟିଏ ଦେଶରେ ଭିନ୍ନ ଭିନ୍ନ ଆଇନ କେମିତି ଚଳି ଆସୁଥିଲା ତାହା ପ୍ରଶ୍ନବାଚୀ। ପୂର୍ବରୁ ସରକାର ରହିଥିବା ନେତାମାନେ ଜାଣିଶୁଣି ଏଭଳି ବ୍ୟବସ୍ଥାକୁ ଚଳାଇ ଆସିଥିଲେ ବୋଲି ମନ୍ତ୍ରୀ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ କଶ୍ମୀରରେ ୩୭୦ ଧାରା ଉଚ୍ଛେଦ ପରେ କଶ୍ମୀରରେ ବିକାଶ ସମ୍ଭବ ହେବ। ଉନ୍ନତମାନର ଡାକ୍ତରଖାନା ହେବ, ଲୋକେ ଚିକିତ୍ସା ସେବା ପାଇବେ, କଳ କାରଖାନା ଗଢ଼ି ଉଠିବ, ଯଦ୍ୱାରା ସ୍ଥାନୀୟ ଲୋକେ ନିଯୁକ୍ତି ପାଇବେ। ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ସ୍ଥାନୀୟ ଲୋକେ ଉପକୃତ ହେବେ। ସବୁଠାରୁ ବଡ଼ କଥା, ନିଯୁକ୍ତି କ୍ଷେତ୍ରରେ ରହିଥିବା ସଂରକ୍ଷଣ ବ୍ୟବସ୍ଥାରେ କଶ୍ମୀରର ଯୁବକମାନେ ଆଦୌ ସୁଫଳ ପାଇ ପାରୁ ନ ଥିଲେ। ଫଳରେ ଦୀଘ ବର୍ଷ ହେଲା କଶ୍ମୀର ଯୁବତୀ, ଯୁବକ ଦିଗହରା ହୋଇ ସନ୍ତ୍ରାସବାଦ ପ୍ରତି ଆକୃଷ୍ଟ ହେଉଥିଲେ। ଭାରତ ଭୂଖଣ୍ଡର ସ୍ବର୍ଗ ଭାବେ ପରିଚିତ କଶ୍ମୀରକୁ ଦୁଇ ତିନୋଟି ପରିବାରର ଲୋକେ ଲୁଟି କରି ନେଉଥିଲେ। କେନ୍ଦ୍ର ସରକାର ବିଶେଷ କରି ଗୃହମନ୍ତ୍ରୀ ଅମିତ ସାହା ଏଥିପାଇଁ ଧନ୍ୟବାଦର ପାତ୍ର ବୋଲି କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଥିଲେ। ଖବରଦାତା ସମ୍ମିଳନୀରେ ସଦର ବିଧାୟକ ମଦନମୋହନ ଦତ୍ତ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, ମନ୍ତ୍ରୀଙ୍କ ପ୍ରତିନିଧି ଉମାକାନ୍ତ ମହାପାତ୍ର, ମିଡ଼ିଆ ସଂଯୋଜକ ଗୌରାଙ୍ଗ ଦାସ ଓ ଜୋନାଲ ମିଡ଼ିଆ ସଂଯୋଜକ ସତ୍ୟଜିତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri