Posted inଖେଳ

ଅଗଷ୍ଟ ୧ରୁ ଭାରତୀୟ ଫୁଟ୍‌ବଲ ସିଜନ

ନୂଆଦିଲ୍ଲୀ, ୧୦ା୬ (ପି.ଟି.): ଭାରତୀୟ ଫୁଟ୍‌ତ୍ଲର ଘରୋଇ ସିଜନ ଅଗଷ୍ଟ ୧ରୁ ଆରମ୍ଭ ହେବ। ସେତେବେଳେ ଖେଳାଳିଙ୍କ ବଦଳି କାର୍ଯ୍ୟ ମଧ୍ୟ ହେବ। କୋଭିଡ୍‌-୧୯ ମହାମାରୀ ଯୋଗୁ ଏଥର ସ୍ବାଭାବିକ ସମୟଠାରୁ ୨ ମାସ ବିଳମ୍ବରେ ସିଜନ ଆରମ୍ଭ ହେବାକୁ ଯାଉଛି। ବିଶ୍ୱ ଫୁଟବଲ ପରିଚାଳନା ସଂସ୍ଥା ‘ଫିଫା’ଠାରୁ ଅନୁମତି ପରେ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ମଙ୍ଗଳବାର ସମସ୍ତ ରାଜ୍ୟ ୟୁନିଟ୍‌ଗୁଡ଼ିକୁ ଏ ସମ୍ପର୍କରେ ନିର୍ଦ୍ଦେଶନାମା ପଠାଇଛି। ଚଳିତ ବର୍ଷର ସିଜନ ଅଗଷ୍ଟ ୧ରୁ ୨୦୨୧ ମେ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଗ୍ରୀଷ୍ମକାଳୀନ ଖେଳାଳି ବଦଳି କାର୍ଯ୍ୟ ଅଗଷ୍ଟ ୧ରୁ ଅକ୍ଟୋବର ୨୦ ତାରିଖ ପର୍ଯ୍ୟନ୍ତ ହେବ। ଦ୍ୱିତୀୟ ବଦଳୀ କାର୍ଯ୍ୟ ୨୦୨୧ ଜାନୁୟାରୀ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ହେବ। ସାଧାରଣ ଭାବେ ଆଇ-ଲିଗ୍‌ ଅକ୍ଟୋବର ପୂର୍ବରୁ ଆରମ୍ଭ ହୋଇ ନ ଥାଏ। ଗତବର୍ଷ ଇଣ୍ଡିଆନ ସୁପର ଲିଗ୍‌ ଅକ୍ଟୋବର ୨୦ରୁ ଆରମ୍ଭ ହୋଇଥିବାବେଳେ ଆଇ-ଲିଗ୍‌ ନଭେମ୍ବର ୩୦ରୁ ଆରମ୍ଭ ହୋଇଥିଲା। କୋଭିଡ୍‌-୧୯ ମହାମାରୀ ଯୋଗୁ ୨୦୧୯-୨୦ ସିଜନରେ ଆଇ-ଲିଗ୍‌ର ସମସ୍ତ ମ୍ୟାଚ ଖେଳାଯାଇ ପାରି ନ ଥିଲା। ଅବଶିଷ୍ଟ ୪ ରାଉଣ୍ଡ ଖେଳ ପୂର୍ବରୁ ମୋହନ ବାଗାନ ଟାଇଟଲ ଜିତିସାରିଥିବାରୁ ଚାମ୍ପିୟନ ଘୋଷିତ ହୋଇଥିଲା। ଏଟିକେ ଓ ଆଇଏସଏଲ୍‌ ମଧ୍ୟରେ ଆଇଏସ୍‌ଏଲର ଫାଇନାଲ ମ୍ୟାଚ ଗୋଆର ମାରଗାଓସ୍ଥିତ ଫାଟୋର୍ଡା ଷ୍ଟାଡିୟମରେ ରୁଦ୍ଧଦ୍ୱାରରେ ଖେଳାଯାଇଥିଲା। ଏଥିରେ ବିଜୟ ଲାଭ କରି ଏଟିକେ ଚାମ୍ପିୟନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri