Posted inଜାତୀୟ

ଅଗଷ୍ଟ ୧୩ରେ ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ କରିବେ ଆତ୍ମ ସମର୍ପଣ

ନୂଆଦିଲ୍ଲୀ/ଅଗରତଲା,୧୧।୮: ଅଗଷ୍ଟ ୧୩ରେ ତ୍ରିପୁରାର ଏନ୍‌ଏଲ୍‌ଏଫ୍‌ଟି ଉଗ୍ରବାଦୀ ସଂଗଠନର ୮୮ ସଦସ୍ୟ ଆତ୍ମ ସମର୍ପଣ କରିବେ। ଏନେଇ କେନ୍ଦ୍ର ସରକାର ଏବଂ ଏନ୍‌ଏଲ୍‌ଏଫ୍‌ଟି ମଧ୍ୟରେ ଶାନ୍ତି ଆଲୋଚନା ହୋଇଛି। ଏହି ଶାନ୍ତି ପ୍ରସ୍ତାବରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଉତ୍ତର-ପୂର୍ବ ଯୁଗ୍ମ ସଚିବ ସତ୍ୟେନ୍ଦ୍ର ଗର୍ଗ, ତ୍ରିପୁରା ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ କୁମାର ଆଲୋକ ଏବଂ ଏନ୍‌ଏଲ୍‌ଏଫ୍‌ଟିର ସାବିର କୁମାର ଦେବବର୍ମା ସ୍ବାକ୍ଷର କରିଛନ୍ତି। ପୂର୍ବରୁ ସାବିର କୁମାରଙ୍କ ନେତୃତ୍ୱରେ ଏନ୍‌ଏଲ୍‌ଏଫ୍‌ଟିର ପ୍ରତିନିଧି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ଆଲୋଚନା କରିଥିଲେ। ୧୯୮୯ରୁ ସକ୍ରିୟ ଥିବା ଏନ୍‌ଏଲ୍‌ଏଫ୍‌ଟି ଗତ ୩୦ ବର୍ଷ ଧରି ରାଜ୍ୟରେ ବିଭିନ୍ନ ହିଂସାକାଣ୍ଡ ସହିତ ଜଡ଼ିତ ଥିଲା। ୨୦୦୫ରୁ ୨୦୧୫ ମଧ୍ୟରେ ଏନ୍‌ଏଲ୍‌ଏଫ୍‌ଟି ୩୧୭ ହଂସାକାଣ୍ଡ ଘଟାଇଥିଲା। ଏଥିରେ ୨୮ ସୁରକ୍ଷାକର୍ମୀ ଏବଂ ୯୦ ଜଣ ଲୋକଙ୍କ ମୃତ୍ୟୁ ଘଟିଥିଲା। ୧୯୯୭ରେ କେନ୍ଦ୍ର ସରକାର ଏନ୍‌ଏଲ୍‌ଏଫ୍‌ଟି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇଥିଲେ। ତେବେ ୨୦୧୬ଠାରୁ ଏହି ସଂଗଠନ କୌଣସି ହିଂସାକାଣ୍ଡ ସହିତ ଜଡ଼ିତ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?