ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର: ୧୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ବାସୁଦେବପୁର, ୨୨।୧(ଡି.ଏନ.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବଳିବିନ୍ଧା ଗ୍ରାମର ଚାରିଘରିଆ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ପରିବାରର ୧୦ ବଖରା ଘର ସମ୍ପୂର୍ଣ୍ଣ ପୋଡିଯାଇଥିବା ଜଣାପଡିଛି। ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ। ଅଗ୍ନିକାଣ୍ଡରେ ପୂର୍ଣ୍ଣଚନ୍ଦ୍ର ବେହେରା, ଜୟରାମ ବେହେରା, କୈଳାଶ ବେହେରା, ରମାକାନ୍ତ ବେହେରା, ହେମନ୍ତ ବେହେରା, ସୁବାସ ଚନ୍ଦ୍ର ବେହେରା ଏବଂ ଦୁର୍ଯ୍ୟୋଧନ ବେହେରାଙ୍କ ଘର ସମ୍ପୂର୍ଣ୍ଣ ଜଳିଯାଇଛି। ବୁଧବାର ସକାଳେ ଏମପିଙ୍କ ପ୍ରତିନିଧି ସୁରେଶ ଚନ୍ଦ୍ର ମହାନ୍ତି ଏବଂ ପୂର୍ବତନ କାଉନସିଲର ଗଙ୍ଗାଧର ବାରିକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପୋଡିଯାଇଥିବା ପରିବାରକୁ ସମବେଦନା ଜଣାଇଥିଲେ। ସେହିପରି ରାଜସ୍ବ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି। ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ୧୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି ଆକଳନ କରାଯାଇଛି। ଅଗ୍ନିବିପନ୍ନ ପରିବାରକୁ ତୁରନ୍ତ ସହାୟତା ଯୋଗାଇଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri