ଅଗ୍ନିକାଣ୍ଡରେ ୪ ବଖରା ପାଉଁଶ

ବନ୍ତଳା, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୁରୁଣାଗଡ଼ ମାଟିଆ ସାହି ପଞ୍ଚାୟତ ମଦନମୋହନ ପାଟଣାରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗ୍ରାମର ୪ ପରିବାର ସରୋଜ ବେହେରା, ପଳଉ ବେହେରା, ବ୍ରଜବନ୍ଧୁ ବେହେରା ଓ ହାଡ଼ିବନ୍ଧୁ ବେହେରାଙ୍କ ୪ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ଘରେ ଥିବା ସମସ୍ତ ଆସବାବପତ୍ର, ଧାନ, ଚାଉଳ, ଦେଢ଼ ଲକ୍ଷ ଟଙ୍କା, ଗହଣା ଆଦି ଜଳିଯାଇଛି। ପ୍ରଥମେ ସରୋଜଙ୍କ ରୋଷେଇ ଘରୁ ନିଆଁ ଲାଗି ଅନ୍ୟ ଘରକୁ ବ୍ୟାପିଥିବା ଜଣାପଡିଛି। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚିଥିଲେ ହେଁ ସେତେବେଳକୁ ସବୁକିଛି ନଷ୍ଟ ହୋଇଯାଇଥିଲା।  ମାଟିଆସାହି ସରପଞ୍ଚ ସହଦେବ ବେହେରା ସେଠାକୁ ଯାଇ ବିପନ୍ନ ପରିବାର ପାଇଁ ଖାଇବା ବ୍ୟବସ୍ଥା କରିଛନ୍ତି। ସେମାନଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଯିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri