ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ଅଞ୍ଚଳବାସୀ

ବ୍ରହ୍ମପୁର ଅଫିସ,୨୨ା୪-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସହରର ବିଭିନ୍ନ ଅଞ୍ଚଳରେ ବିଶୋଧନ ପ୍ରକ୍ରିୟା ଜାରି ରହିଛି। ବୁଧବାର ଆମ୍ବପୁଆ ଅଞ୍ଚଳରେ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ବେଳେ ଅଞ୍ଚଳବାସୀ ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ା କରୋନା ଭଳି ଭୟଙ୍କର ମହାମାରୀ କବଳରୁ ସହରବାସୀଙ୍କୁ ରକ୍ଷା କରିବାକୁ ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଉଥିବା ବିଶୋଧନ ପ୍ରକ୍ରିୟାକୁ ଅଞ୍ଚଳବାସୀ ପ୍ରଶଂସା କରିବା ସହ ଆମ୍ବପୁଆ ଅଞ୍ଚଳରେ ବିଶୋଧନ ପାଇଁ ପହଞ୍ଚିଥିବା ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ରଙ୍କ ସମେତ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କୁ ଅଞ୍ଚଳବାସୀ ଫୁଲ, ଚନ୍ଦନ ଦେଇ ସମ୍ବର୍ଦ୍ଧିତ କରିଥିଲେ ା ବର୍ତ୍ତମାନ ସୁଦ୍ଧା ଅଗ୍ନିଶମ ବିଭାଗ ଦ୍ୱାରା ବ୍ରହ୍ମପୁର ଏମ୍‌କେସିଜି, ସିଟି ହସ୍ପିଟାଲ ସମେତ ଷ୍ଟେଟବ୍ୟାଙ୍କ, ଭେଣ୍ଡିଂଜୋନ, ଏଲଆଇସି, ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବିଶୋଧନ କରାଯାଇଥିବା ବେଳେ ବୁଧବାର ଆମ୍ବପୁଆ ଛକ ଓ ଭେଣ୍ଡିଂଜୋନ୍‌, ବଜାର ଅଞ୍ଚଳ ସମେତ ଆଇସିଆଇସିଆଇ ବ୍ୟାଙ୍କ କାର୍ଯ୍ୟାଳୟ, ସମାଜ ଅଫିସ, କାନାଡା ବ୍ୟାଙ୍କ, ବ୍ରହ୍ମାନଗର ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଅଫିସକୁ ସୋଡିୟମ୍‌ ହାଇପୋକ୍ଲୋରାଇଡ ସଲ୍ୟୁସନ୍‌ ଦ୍ୱାରା ବିଶୋଧିତ କରାଯାଇଛି ା ଏବେ ସୁଦ୍ଧା ସହରରେ ୧ ଲକ୍ଷ ୨୦ ହଜାର ଲିଟର ସୋଡିୟମ ହାଇପୋକ୍ଲୋରାଇଡ୍‌ ସଲ୍ୟୁଶନ ବିଶୋଧନ ପାଇଁ ପ୍ରୟୋଗ କରାଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର

ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri