ଅଙ୍କିତାଙ୍କୁ ସତର୍କ କରାଇଲେ ବିବେକ: କହିଲେ ଏବେ ସେମାନେ ତୁମ ପଛରେ ପଡ଼ିଯିବେ

ବମ୍ବେ: ଦୀର୍ଘ ଛଅ ବର୍ଷରୁ ଅଧିକ ସମୟ ସୁଶାନ୍ତ ସିଂ ରାଜପୁତଙ୍କ ସହ ସମ୍ପର୍କରେ ଥିଲେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। କୌଣସି କାରଣକୁ ନେଇ ଉଭୟ ଅଲଗା ହେବାକୁ ସ୍ଥିର କରିଥିଲେ। ଉଭୟ ଉଭୟଙ୍କୁ ସମ୍ମାନ ଜଣାଇ କେହି କାହା ସମ୍ପର୍କରେ ରହି ନ ଥିଲେ। ଏହାକୁ ଚାରି ବର୍ଷ ବିତିଥିବା ବେଳେ ହଠାତ ସୁଶାନ୍ତଙ୍କ ମୃତ୍ୟୁ ଖବରକୁ ଗ୍ରହଣ କରିପାରି ନ ଥିଲେ ଅଙ୍କିତା। ଘଟଣାକୁ ବିଶ୍ୱାସ କରିବାକୁ ତାଙ୍କୁ ଏକ ମାସରୁ ଅଧିକ ସମୟ ଲାଗିଲା। ଏବେ ସେ ଜାତୀୟ ଗଣମାଧ୍ୟମରେ ସାକ୍ଷାତକାର ଦେଇ ସୁଶାନ୍ତଙ୍କ ମୃତ୍ୟୁ ପଛର କାରଣ ଜାଣିବାକୁ ଚାହୁଁଥିବା ପ୍ରକାଶ କରିଛନ୍ତି।

ସାକ୍ଷାତକାରରେ ଅଙ୍କିତା କହିଥିଲେ ସୁଶାନ୍ତ ଜୀବନକୁ ଭଲ ପାଉଥିବା ଜଣେ ଯୁବକ ଥିଲେ। ଏଣୁ ସେ ଆତ୍ମହତ୍ୟା କରିଥିବା ଘଟଣାକୁ ସ୍ବିକାର କରିହେଉନାହିଁ। ଯଦି ବି ସେ ଆତ୍ମହତ୍ୟା କରିଛନ୍ତି ତେବେ ଏହାର କାରଣ ଜାଣିବାକୁ ଚାହିଁବି। କାରଣ ସାମାନ୍ୟ କାରଣକୁ ନେଇ ସେ ଏଭଳି ପଦକ୍ଷେପ ଗ୍ରହଣ କରିବା ପିଲା ନ ଥିଲେ। ଅଙ୍କିତାଙ୍କ ଏହି କଥା ଏବେ ଗଣମାଧ୍ୟମର ଶିରୋନାମା ପାଲଟିଛି। ଅପରପକ୍ଷେ ଏଭଳି କଥା କହିବା ପରେ ଅଙ୍କିତାଙ୍କୁ ସତର୍କ ରହିବାର ଆବଶ୍ୟକତା ଅଛି ବୋଲି ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ କହିଛନ୍ତି।

ବିବେକ ଏକ ଟୁଇଟ୍‌ କରି କହିଛନ୍ତି, ସୁଶାନ୍ତ ପ୍ରକୃତରେ ଅବସାଦଗ୍ରସ୍ତ ନ ଥିଲେ। ଲୋକମାନେ ତାଙ୍କୁ ବୁଝିବାରେ ଭୁଲ କରୁଛନ୍ତି। କାରଣ ସାଧାରଣ ଲୋକ ଅସାଧାରଣ ଲୋକଙ୍କୁ ବୁଝିପାରିବେ ନାହିଁ। ସାବାସ୍‌ ଅଙ୍କିତା। ହେଲେ ନିଜର ଧ୍ୟାନ ରଖ। ଏବେ ସେମାନେ ତୁମ ପଛରେ ପଡ଼ିଯିବେ। ଭଗବାନ ତୁମକୁ ଶକ୍ତି ଦିଅନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri