Posted inଜାତୀୟ

ଅଙ୍କିତ ଶର୍ମା ହତ୍ୟା ମାମଲା: ୭ ଦିନ ପାଇଁ ପୋଲିସ ହାଜତକୁ ଗଲେ ତାହିର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଦଙ୍ଗା ବେଳେ ଆଇବି କର୍ମଚାରୀ ଅଙ୍କିତ ଶର୍ମାଙ୍କୁ ହତ୍ୟା କରିବା ଅଭିଯୋଗରେ ଆମ ଆଦମୀ ପାର୍ଟି(ଏଏପି)ରୁ ନିଲମ୍ବିତ ହୋଇଥିବା କାଉନ୍‌ସିଲର ତାହିର ହୁସେନଙ୍କୁ ଶୁକ୍ରବାର ୭ ଦିନ ପାଇଁ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ଗୁରୁବାର ସେ ଗିରଫ ହୋଇଥିବା ବେଳେ ଆମତ୍ସମର୍ପଣ ପାଇଁ ଦିଲ୍ଲୀର ଏକ କୋର୍ଟରେ ପିଟିଶନ ଦାଏର କରି ଅଗ୍ରିମ ଜାମିନ ପାଇଁ ଆବେଦନ କରିଥିଲେ। କରକରଡୁମାସ୍ଥିତ ରାଉଜ୍‌ ଆଭିନ୍ୟୁ କୋର୍ଟରେ ତାଙ୍କ ପିଟିଶନ ଖାରଜ ହେବାର କିଛି ସମୟ ପୂର୍ବରୁ ବାଟରେ ତାଙ୍କୁ ଗିରଫ କରାଯାଇଥିଲା। ସୂଚନାଯୋଗ୍ୟ, ସିଏଏକୁ ନେଇ ଗତ ସପ୍ତାହରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଘଟି ସାମ୍ପ୍ରଦାୟିକ ଦଙ୍ଗାର ରୂପ ନେଇଥିଲା। ଦଙ୍ଗା ବେଳେ ନିଖୋଜ ହୋଇଯାଇଥିବା ଅଙ୍କିତଙ୍କ ମୃତଦେହ ଚାନ୍ଦବାଗର ଏକ ଡ୍ରେନ୍‌ରୁ ମିଳିଥିଲା। ଏଥିରେ ତାହିରଙ୍କ ହାତ ଥିବା ୨୬ ବର୍ଷୀୟ ଅଙ୍କିତଙ୍କ ପରିବାର ଲୋକେ ଏଫ୍‌ଆଇଆର୍‌ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri