ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ

ସାକ୍ଷୀଗୋପାଳ,୧୩।୧(ଡି.ଏନ୍‌.ଏ.): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସାନକଞ୍ଜିଆ, ବଡ଼ହାଟ ଓ ମୂଳ ଅଳସା କେନ୍ଦ୍ରରେ ପହଞ୍ଚି ମନ୍ତ୍ରୀ ପ୍ରଥମେ ପିଲାମାନଙ୍କର ଉପସ୍ଥାନ, ସେମାନଙ୍କୁ ଦିଆଯାଉଥିବା ଖାଦ୍ୟ, ପୋଷାକ, ଶିକ୍ଷା ଓ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝି ଖୁସି ବ୍ୟକ୍ତ କରିଥିଲେ। ମାତ୍ର ଅଙ୍ଗନଓ୍ବାଡ଼ି କେନ୍ଦ୍ରର ନିଜସ୍ବ ଗୃହ ନ ଥିବା ମନ୍ତ୍ରୀ ବୁଝିବା ପରେ ନୂତନ ଗୃହ ନିର୍ମାଣ ନିମନ୍ତେ ଗୁରୁତ୍ୱାରୋପ କରିଥିଲେ। ଏନେଇ ମନ୍ତ୍ରୀ ସତ୍ୟବାଦୀ ବ୍ଲକ ଚେୟାରମ୍ୟାନ ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ ଜେନା, ଜିଲା ସମାଜ କଲ୍ୟାଣ ଅଧିକାରୀ ପୁଷ୍ପାଞ୍ଜଳି ମହାପାତ୍ର ଓ ସିଡିପିଓ ପ୍ରେମବାଳା ତ୍ରିପାଠୀଙ୍କ ସହ କେନ୍ଦ୍ର ନିର୍ମାଣ ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯାଇଥିବା ସହାୟତା ରାଶି ଓ ସେମାନଙ୍କର ଅଭିବୃଦ୍ଧି ଦିଗରେ ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ସତ୍ୟବାଦୀ ବ୍ଲକରେ ମୋଟ ୧୬୫ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲା ଯାଇଥିବା ବେଳେ ମାତ୍ର ୨୪ଟି କେନ୍ଦ୍ରର ନିଜସ୍ବ ଗୃହ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri