ଅଙ୍ଗନଓ୍ବାଡ଼ି ଶିଶୁଙ୍କୁ ମାଡ଼ ଘଟଣା : କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ଆନନ୍ଦପୁର,୬।୧୧(ସ୍ବ.ପ୍ର..): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଞ୍ଚାୟତ ଶିବନାରାୟଣପୁର ୧ନଂ. ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଘଟିଥିବା ଏକ ଅଭାବନୀୟ ଘଟଣାର ଭିଡିଓ ଭାଇରାଲ ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କ୍ଷୋଭ ପ୍ରକାଶ କରିବା ସହିତ ସଂପୃକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରି ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି। ଏପରିକି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅଭିଯୋଗ ପାଇ ଆନନ୍ଦପୁର ପୋଲିସ ମଧ୍ୟ ତନାଘନା ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଚଳିତ ମାସ ୨ ତାରିଖରେ ଶିବନାରାୟଣପୁର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଦୁଇ ଶିଶୁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଝଗଡ଼ାକୁ ନେଇ ଜଣେ ଶିଶୁଙ୍କ ଅଭିଭାବକ ଘଟଣାରେ ହସ୍ତକ୍ଷେପ କରିବା ସହିତ ଜୋରଜବରଦସ୍ତ କେନ୍ଦ୍ରକୁ ପ୍ରବେଶ କରି ଜଣେ କୋମଳମତି ଶିଶୁଙ୍କୁ ଓଲଟା ଲଟାକାଇ ମାଡ଼ପିଟ୍‌ ଓ ଧମକ ଚମକ ଦେଇଥିଲେ। ଏହି ଘଟଣାର ସମ୍ପୂର୍ଣ୍ଣ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବା ପରେ ପରିସ୍ଥିତି ସଙ୍ଗୀନ ଅବସ୍ଥାକୁ ଯାଇଥିଲା। ଏହାକୁ ନେଇ ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସଂପୃକ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଦିଦି ସୁବାସିନୀ ପ୍ରଧାନ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ପୋଲିସ ୨୦୫/୧୯ରେ ଏକ ମାମଲା ରୁଜୁ କରି ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିଲେ ସୁଦ୍ଧା ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?