ଅଙ୍ଗନଓ୍ବାଡି କର୍ମୀଙ୍କୁ ଆକ୍ରମଣ

ଠାକୁରମୁଣ୍ଡା,୧୯ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ବାଉଁଶଡିହା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଶନିବାର ସକାଳେ ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଠାକୁରମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୪୬/୨୦୨୦) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ପୋଲିସ ସିଆରପିସି ୪୧ ଧାରାରେ ନୋଟିସ ଦେଇ ଅଭିଯୁକ୍ତଙ୍କୁ ଛାଡ଼ିି ଦେଇଛି।
ସୂଚନା ଅନୁଯାୟୀ, ଅଙ୍ଗନଓ୍ବାଡି କର୍ମୀ ଜଣକ ଘରକୁ ଘର ବୁଲି କରୋନା ପାଇଁ ସଚେତନ କରିବା ସହିତ ବାହାରୁ କେହି ଲୋକ ଗାଁକୁ ଆସିଲେ କ୍ୱାରାଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଉଥିଲେ। ୧୭ ତାରିଖ ସେ ଗ୍ରାମର ଜଣଙ୍କ ଘରକୁ ଯାଇ ନୂଆ ଲୋକ କେହି ଆସିଥିବା ବିଷୟରେ ଆଲୋଚନା କରିବାରୁ ସେହି ଘରର ଜଣେ ମହିଳା ତାଙ୍କୁ ଧମକଚମକ ଦେଇଥିଲେ l ପରଦିନ ସେହି ଗ୍ରାମର କଟୁ ଟଙ୍ଗଣିଆ ନାମକ ଜଣେ ଯୁବକ ଅଚାନକ ସକାଳ ୭ଟା ବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ଘରକୁ ଆସି ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଆହତ ହୋଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଡାକ୍ତରଖାନା ଆସି ଚିକିତ୍ସିତ ହେବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ବିଡ଼ିଓ, ସିଡିପିଓଙ୍କ ପରାମର୍ଶ କ୍ରମେ ଅଙ୍ଗନଓ୍ବାଡି କର୍ମୀ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିସ୍ତୁକ ମାଡ଼ ମାରି ମୃତ ଭାବି କୂଅକୁ ଫିଙ୍ଗି ଦେଇଥିଲେ : ୪ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):  ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ସମଲେଇପଦର ନିକଟ ଜଙ୍ଗଲରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ୪ଦିନ ପରେ ଯୁବକ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ…

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri