ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ, ଅଭିଭାବକ କେନ୍ଦ୍ର ସମ୍ମୁଖରେ ହୋହଲ୍ଲା କରିଥିଲେ। ଜଳଖିଆ ଦାୟିତ୍ୱରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ବହିଷ୍କାର କରାଯିବା ସହ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।
ଏହି ଗ୍ରାମର ମାତୃଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁଙ୍କ ଜଳଖିଆ ଦେବା ଦାୟିତ୍ୱ ନେଇଛି। ଶନିବାର ଗୋଷ୍ଠୀର ସଭାନେତ୍ରୀ ମୌସୁମୀ ମଲିକ କେନ୍ଦ୍ରର ଶିଶୁମାନଙ୍କୁ ମୁଢ଼ିମୁହାଁ ଜଳଖିଆ ଦେଇଥିଲେ। ଏହି ଜଳଖିଆକୁ ଗ୍ରାମର ହରିହର ଗିରି ନାମକ ବ୍ୟକ୍ତି ସଭାନେତ୍ରୀଙ୍କଠାରୁ ନେଇ ସେଥିରେ ପୋକ ସାଲୁବାଲୁ ହେଉଥିବା ଦେଖିଥିଲେ। ଅପରପକ୍ଷରେ ମୁଢ଼ିମୁହାଁ ଖାଇ ୨ରୁ ୩ ଜଣ ଶିଶୁ ବାନ୍ତି କରିବାରୁ ସେମାନଙ୍କୁ ଘରୋଇ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରାଯାଇଥିବା ଅରୁଣ ଦାସ, ଶ୍ରୀକାନ୍ତ ଦାସ, ଚାଲକା ଦାସ ପ୍ରମୁଖ କହିଛନ୍ତି। ନିମ୍ନମାନର ଜଳଖିଆ ଦିଆଯାଉଥିବା ଅଭିଯୋଗ କରି ଅଭିଭାବକ ଓ ଗ୍ରାମବାସୀ ରାଧାମଣି ଦାସ, ମମତାମଣି ଦାସ, ତାରାମଣି ଦାସ, ବନମାଳୀ ଦାସ, ବଉଳମଣି ଦାସ, ମେଣ୍ଢୁ ଗିରି ପ୍ରମୁଖ କେନ୍ଦ୍ରରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଅଙ୍ଗନୱାଡ଼ି କର୍ମୀ ଜଳଖିଆ ତଦାରଖ ନ କରି ଶିଶୁଙ୍କୁ କାହଁିକି ଖାଇବା ପାଇଁ ଦେଲେ ବୋଲି ଗ୍ରାମବାସୀ କୈଫୟତ ମାଗିଥିଲେ। ମହିଳାଗୋଷ୍ଠୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗ୍ରାମବାସୀ ବିଡ଼ିଓ ଓ ତହସିଲଦାରଙ୍କୁ ଅବଗତ କରାଇଛନ୍ତି। ସମସ୍ୟାର ସମାଧାନ ନ ହେଲେ ଆସନ୍ତା ୯ ତାରିଖରୁ ତାଲା ବନ୍ଦ ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…

ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri