ଅଙ୍ଗନୱାଡି କେନ୍ଦ୍ର ସ୍ଥାନାନ୍ତର ପାଇଁ ଦାବି

ଝୁମ୍ପୁରା, ୩୦।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନୟାଗଡ ପଞ୍ଚାୟତର କାର୍ଯ୍ୟାଳୟ ପରିସରରେ ରହିଥିବା ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି। ସୂଚନା ଯୋଗ୍ୟ ପଞ୍ଚାୟତ ପରିସରରେ ଥିବା ଅଙ୍ଗନୱାଡି କେନ୍ଦ୍ରଟି ରାସ୍ତା ପାର୍ଶ୍ୱରେ ରହିଛି। ଉକ୍ତ ରାସ୍ତାରେ ପ୍ରତ୍ୟେହ ଶହ ଶହ ସଂଖ୍ୟାରେ ଖଣିଜ ବୋଝେଇ ଟ୍ରକ ଯାତାୟାତ କରୁଥିବା ବେଳେ ଟ୍ରଫିକ ବ୍ୟବସ୍ଥା ମଧ୍ୟ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଙ୍ଗନୱାଡିରୁ ଉକ୍ତ ରାସ୍ତା ଦେଇ ଛୋଟ ଛୋଟ ଶିଶୁ ମାନେ ବିପଦସଙ୍କୁଳ ଭାବେ ଯାତାୟାତ କରୁଛନ୍ତି। ଏଥିପାଇଁ ଅଙ୍ଗନୱାଡିରେ ଶିଶୁଙ୍କର ଉପସ୍ଥାନ ସଂଖ୍ୟା ମଧ୍ୟ କମି କମି ଚାଲିଛି। ଏହା ବ୍ୟତୀତ ଅଙ୍ଗନୱାଡି ଛାତ ପରିସର ବହୁତ ଛୋଟ ହୋଇଥିବାରୁ ଶିଶୁମାନେ ଏକାଠି ବସି ପାଠ ପଢି ପାରୁ ନାହାନ୍ତି କି ରନ୍ଧାଖାଦ୍ୟ ମଧ୍ୟ ଖାଇପାରୁ ନାହାନ୍ତି। ମୁଖ୍ୟତଃ ରାସ୍ତା ପାର୍ଶ୍ୱରେ ଅଙ୍ଗନୱାଡି ରହିଥିବା ହେତୁ ଅଭିଭାବକ ମାନେ ଶିଶୁଙ୍କୁ ଅଙ୍ଗନୱାଡି କେନ୍ଦ୍ରକୁ ଛାଡିବା ପାଇଁ ଅନିଚ୍ଛା ପ୍ରକାଶ କରିଥିବା ବେଳେ ନୟାଗଡ ସ୍କୁଲ ପରିସରକୁ କିମ୍ବା ପାର୍ଶ୍ୱକୁ ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ପଦକ୍ଷେପ ନେବାକୁ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏସମ୍ପର୍କରେ ଝୁମ୍ପୁରା ବିଡିଓ ଜୟଶ୍ରୀ ବେଉରାଙ୍କୁ ପଚାରିବାରୁ ଅଙ୍ଗନୱାଡି କେନ୍ଦ୍ରର ସ୍ଥିତି ଦେଖିବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri