ଅଚାନକ ସେବାଶ୍ରମରେ ପହଞ୍ଚିଲେ ମନ୍ତ୍ରୀ: ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଲେ

ଦାରିଙ୍ଗବାଡ଼ି,୧୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ସ୍ଥାନୀୟ କନ୍ୟାଶ୍ରମରେ ପହଞ୍ଚି ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରଧାନ ସେବକ ଅନୁପସ୍ଥିତିକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ ସେବାଶ୍ରମର ଛାତ୍ରୀଙ୍କୁ କିଛି ସମୟ ପାଠ ପଢାଇଥିଲେ। ପରେ ସେ ସରକାରୀ ଉଚ୍ଚ ବିଦ୍ୟାଳୟ ଗସ୍ତ କରି ସେଠାରେ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ସହ ବିଦ୍ୟାଳୟରେ ଶିକ୍ଷକ ଅଭାବ ଆଦି ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ପରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗସ୍ତ କରି ଆବଶ୍ୟକ ଶିକ୍ଷକ ଅଭାବ ସହ ବିଭିନ୍ନ ପ୍ରସଙ୍ଗରେ ବିଦ୍ୟାଳୟର ଅଧ୍ୟକ୍ଷ ଶିବ ସେଠୀଙ୍କ ସହ ଆଲୋଚନା କରିଥିଲେ। ସେହିପରି ଦାରିଙ୍ଗବାଡ଼ି ମିନି ଷ୍ଟାଡିୟମର ସଂପ୍ରସାରଣ କାର୍ଯ୍ୟ ପାଇଁ ଅନୁଦାନ ଆସିଥିଲେ ମଧ୍ୟ ତାହା କାର୍ଯ୍ୟ ଆରମ୍ଭରେ ବିଳମ୍ବ ଦେଖାଯାଇଛି । ଏନେଇ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହା ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବା ସହ ଆବଶ୍ୟକ ଅନୁଦାନ ଦେବାକୁ ବିଧାୟକ ପ୍ରଧାନ ଅନୁରୋଧ କରିଥିଲେ। ମନ୍ତ୍ରୀ ଉକ୍ତ ମିନିଷ୍ଟାଡିୟମ ସ୍ଥଳକୁ ଯାଇ ଦେଖିବା ସହ ସେଠାରେ ଏକ ଉନ୍ନତ ମାନର ଷ୍ଟାଡିୟମ ସହ ଦର୍ଶକ ଗ୍ୟାଲେରି, ପଡ଼ିଆ ସମତଳ କାର୍ଯ୍ୟ କରାଯିବ ବୋଲି କହିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ବିଧାୟକ ସାଲୁଗା ପ୍ରଧାନଙ୍କ ସମେତ ବିଡିଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri