Posted inଫୁରସତ

ଅଜବ ନିଶା : ସାପ ପରେ ଏବେ ଡ୍ରାଗନ୍‌ ହେବା ଲକ୍ଷ୍ୟ, ୨୦୨୫ ସୁଦ୍ଧା ସମ୍ପୂର୍ଣ୍ଣ ସରୀସୃପ ପାଲଟିବେ ଏହି ବ୍ୟକ୍ତି

ଭଗବାନଙ୍କ ସୃଷ୍ଟିରେ ମଣିଷ ଶ୍ରେଷ୍ଠ ଜୀବ। ସୁନ୍ଦର ଦେଖାଯିବା ପାଇଁ ପ୍ରତ୍ୟେକ ମଣିଷ ଚାହିଁଥାନ୍ତି। ଖାସ୍‌କରି କିଛି ଲୋକ ବିୟୁଟିସିଆନ୍‌ଙ୍କ ପାଖକୁ ମଧ୍ୟ ଯାଇଥାନ୍ତି। ହେଲେ ଆଜିର ସମୟରେ କେହି ଜୀବଜନ୍ତୁଙ୍କ ପରି ଦେଖାଯିବାକୁ ଇଚ୍ଛା କରିବେ? ହୁଏତ ନା। କିନ୍ତୁ ଆମେରିକାରେ ଏମିତି ଜଣେ ବ୍ୟକ୍ତି ଅଛନ୍ତି ଯିଏକି ନିଜର ସୁନ୍ଦର ଚେହେରା ଅପରେଶନ କରାଇ ଜୀବଜନ୍ତୁଙ୍କ ପରି କେମିତି ଦେଖାଯିବେ ସେଇ ଲକ୍ଷ୍ୟ ନେଇ ଆଗେଇ ଚାଲିଛନ୍ତି। ପ୍ରଥମେ ନାକ, କାନ କାଟି ଦେହକୁ ଚିତ୍ର ବିଚିତ୍ର କରି ସାପ ରୂପରେ ସଜେଇ ହୋଇଥିଲେ। ଏବେ ଡ୍ରାଗନ ପରି ଦେଖାଯିବାକୁ ସଂକଳ୍ପ ନେଇଛନ୍ତି। ଏମିତି ଅଜବ ଚିନ୍ତାଧାରାର ବ୍ୟକ୍ତି ହେଉଛନ୍ତି ପୁରୁଷରୁ ମହିଳା ହୋଇଥିବା କିନ୍ନର ଇବା ମେଡୁସା। ଟେକ୍ସାସ୍‌ରେ ରହୁଥିବା ଇବା ସବୁବେଳେ ନିଜର ବିଚିତ୍ର ଚେହେରାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସେ ତାଙ୍କ ସମ୍ପୂର୍ଣ୍ଣ ଶରୀରରେ ଟାଟୁ କରିଛନ୍ତିି। ଜିଭ ଅପରେଶନ କରାଇବା ସହ ମୁଣ୍ଡରେ ଶିଙ୍ଘ ଲଗାଇଛନ୍ତି। ଏଥିପାଇଁ ତାଙ୍କୁ ବହୁତ କଷ୍ଟ ହୋଇଥିବା କହିଛନ୍ତି। ଅପରେଶନ ପରେ ଏପରି ରୂପ ଦେଖି ସେ ବହୁତ ଖୁସି ବୋଲି କୁହନ୍ତି। ଇବା ବର୍ତ୍ତମାନ ତାଙ୍କର ପ୍ରାଇଭେଟ ଅଙ୍ଗକୁ ହଟାଇ ଦେଇଛନ୍ତି। ସରୀସୃପ ହେବା ଲକ୍ଷ୍ୟରେ ଏପରି କରିଥିବା ପ୍ରକାଶ। ଏହି ଅପରେଶନରେ ସେ ୭୫ ହଜାର ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୫୩ ଲକ୍ଷ ଟଙ୍କା ଖର୍ଚ୍ଚ କରାଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା ଇବା ସମ୍ପୂର୍ଣ୍ଣ ସରୀସୃପ ରୂପୀ ମାନବ ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri