Posted inଖେଳ

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ ଗୋଟିଏ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ ଶୂନରେ ଆଉଟ ହୋଇ ଅଜବ ରେକର୍ଡ କରିଛନ୍ତି। ବୁଧବାର କସାରାଗୋଡ ଏବଂ ବାୟନାଡ ଟିମ୍‌ ମଧ୍ୟରେ ମଲ୍ଲାପୁରମ ପେରିନଥଏମନ୍ନା ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚରେ କସାରାଗୋଡ ଦଳର ୧୦ଜଣ ବ୍ୟାଟ୍ସମ୍ୟାନ୍‌ କ୍ଲିନ୍‌ ବୋଲ୍ଡରେ ଆଉଟ୍‌ ହୋଇଥିଲେ। ଏକମାତ୍ର ବ୍ୟାଟ୍ସମ୍ୟାନ୍‌ କୌଣସି ରନ୍‌ ନ କରି ନଟ୍‌ଆଉଟ୍‌ ରହିଥିଲେ। ଫଳରେ ଦଳ ମାତ୍ର ୪ରନ୍‌ କରିବାକୁ ସକ୍ଷମ ହୋଇପାରିଥିଲା। ଏହି ୪ରନ୍‌ ଅତିରିକ୍ତ ରନ୍‌ ଭାବେ ଆସିଥିଲା। ୫ ରନ୍‌ର ବିଜୟ ଲକ୍ଷକୁ ବାୟନାଡ ଟିମ୍‌ ଗୋଟିଏ ଓଭର ଖେଳି ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri