ଅଜୟ-ସୈଫ୍‌ଙ୍କ ‘ତାନାଜୀ’ର ରେକର୍ଡ, ସପ୍ତାହେ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ

ବମ୍ବେ: ରିଲିଜର ଗୋଟିଏ ସପ୍ତାହ ନ ପୂରୁଣୁ ଶହେ କୋଟି କ୍ଲବରେ ସାମିଲ ହୋଇଛି ଫିଲ୍ମ ‘ତାନାଜି-ଦ ଅନ୍‌ସଙ୍ଗ ଓ୍ବାରିୟର’। ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଫିଲ୍ମରେ ପ୍ରମୁଖ ଭୂମିକାରେ ଅଜୟ ଦେବଗନ, କାଜୋଲ ଏବଂ ସୈଫ ଅଲ୍ଲୀ ଖାଁଙ୍କୁ ଦେଖିବାକୁ ମିଳୁଛି। ରିଲିଜର ଷଷ୍ଠ ଦିନରେ ଚଳଚ୍ଚିତ୍ରଟି ଶହେ କୋଟି ବ୍ୟବସାୟ କରିସାରିଛି। ଆଗାମୀ ଦିନରେ ମଧ୍ୟ ଏହା ଅନେକ ରେକର୍ଡ କରିପାରେ ବୋଲି ଆଶା ରଖିଛନ୍ତି ନିର୍ମାତା।

ନୂଆ ବର୍ଷର ପ୍ରଥମ ଭେଟି ଭାବେ ଅଜୟଙ୍କ ଏହି ଫିଲ୍ମ ପରଦାକୁ ଆସିଥିଲା। ଏହାକୁ ଟକ୍କର ଦେଉଛି ଦୀପିକା ପାଦୁକୋନ ଅଭିନୀତ ଫିଲ୍ମ ‘ଛପାକ’। ସତ୍ୟ ଘଟଣା ଉପରେ ଉଭୟ କାହାଣୀ ପର୍ଯ୍ୟବେଶିତ। ଏହାସତ୍ତ୍ୱେ ତାନାଜି ବ୍ୟବସାୟରେ ରେକର୍ଡ କରିଛି। ଫିଲ୍ମର ବଜେଟ ୧୫୦ କୋଟି ରହିଥିବା ବେଳେ କମ୍‌ ସମୟରେ ଏହା ୧୦୦ କୋଟି ବ୍ୟବସାୟ କରିସାରିଲାଣି। ଏଣୁ ବ୍ୟବସାୟ ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ଫିଲ୍ମଟି ଅଜୟଙ୍କ କ୍ୟାରିୟର ପାଇଁ ମଧ୍ୟ ସଫଳତା ଆଣିଦେଇଛି। ଏହା ଶହେ କୋଟି କ୍ଲବରେ ସାମିଲ ହୋଇଥିବା ତାଙ୍କ ଜୀବନର ୧୦୦ତମ ଫିଲ୍ମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri