ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପାହିରାଜୁ ପଞ୍ଚାୟତ ଡ୍ରେସୁରୁ ଗ୍ରାମରେ ଏଭଳି ଦେଖିବାକୁ ମିଳିଛି। ଗ୍ରାମର ବିଜୁ ଦିଗାଲଙ୍କ ସ୍ତ୍ରୀ ମେନକାଙ୍କ ଗୁରୁବାର ପ୍ରସବ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ବାଲନ୍ଦାପଡା ଡାକ୍ତରଖାନାକୁ ନେବା ପାଇଁ ଜନନୀ ଏକ୍ସପ୍ରେସକୁ ଡକାଯାଇଥିଲା। ହେଲେ ଗମନାଗମନ ସୁବିଧା ନ ଥିବାରୁ ସେଠାକୁ ଆମ୍ବୁଲାନ୍ସ ଯାଇ ପାରି ନ ଥିଲା। ପରିବାର ଲୋକେ ବାଧ୍ୟ ହୋଇ ଏକ ଅଟୋରେ ଆଶାକର୍ମୀଙ୍କ ସହାୟତାରେ ବାଲନ୍ଦାପଡ଼ା ଡାକ୍ତରଖାନାକୁ ଆଣୁଥିଲେ। ଗୋବରନଳା ଗ୍ରାମ ପାଖରେ ମହିଳା ଜଣକ ଉକ୍ତ ଅଟୋରେ ପ୍ରସବ କରିଥିଲେ। ବାଲନ୍ଦାପଡାରେ କେହି ଡାକ୍ତର ନ ଥିବାରୁ ପରିବାର ଲୋକେ ଏ ସମ୍ପର୍କରେ ପାହିରାଜୁ ଏ.ଏନ୍.ଏମ୍ଙ୍କ ଅବଗତ କରିଥିଲେ। ବର୍ଷା ଯୋଗୁ ପ୍ରାଥମିକ ଚିକତ୍ସା ଯୋଗାଇ ଦେବାକୁ ଏଏନଏମ୍ ମଧ୍ୟ ପହଞ୍ଚି ପାରି ନ ଥିଲେ। ପରିବାର ଲୋକେ ବାଧ୍ୟ ହୋଇ ଶିଶୁପୁତ୍ରକୁ ଧରି ଗୋବରନଳାଠାରୁ ନିଜ ଗ୍ରାମ ଡ଼୍ରେସୁରୁ ଫେରିଥିଲେ। ଏଏନଏମ୍ଙ୍କ ନିକଟରେ ଗର୍ଭବତୀଙ୍କ ସମସ୍ତ ତଥ୍ୟ ଥିବା ବେଳେ କାହିଁକି ଆଗୁଆ ପଦକ୍ଷେପ ନେଲେ ନାହିଁ ବୋଲି ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ପାହିରାଜୁ ଏଏନ୍ଏମ୍ ଡ଼ାଇନା ନାୟକଙ୍କୁ ପଚାରିବାରୁ ମା’ ଗୃହକୁ ଆଣିବାର ଦାୟିତ୍ୱ ଆଶା କର୍ମୀଙ୍କର ବୋଲି କହି ନିଜ ମୁଣ୍ଡରୁ ଦୋଷ ଖସାଇ ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
Archives

