ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ ଚାଳକଙ୍କୁ ଯୁବତୀ ଜଣକ ବିଚ୍ ରାସ୍ତାରେ ପିଟିଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ କେହି ଅଟକାଇ ନ ଥିଲେ। ଶେଷରେ ମାମଲା ଥାନାରେ ପହଞ୍ଚିଥିଲା। ଉଭୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏନେଇ ଦୁଇଟି ପୃଥକ ମାମଲା ରୁଜୁ କରି ସିଆରପିସି ୪୧ରେ ଉଭୟଙ୍କୁ ନୋଟିସ ଦେଇଛି।
ସୂଚନାଯୋଗ୍ୟ,ଯୁବତୀ ଜଣକ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଆସିଥିଲେ। ଡ୍ରାଇଭର ଜଣକ ତାଙ୍କୁ ୨୦ ଟଙ୍କା ଭଡ଼ା ମାଗିଥିଲେ। ଯୁବତୀ ଜଣକ ୧୫ ଟଙ୍କା ଦେଇଥିଲେ। ଡ୍ରାଇଭର କହିଥିଲେ ୨୦ଟଙ୍କାରୁ ଟଙ୍କାଟେ କମ୍ ହେବନି। ଯୁବତୀ ମଧ୍ୟ ତାଙ୍କ ଜିଦ୍ରେ ଅଟଳ ରହି କହିଥିଲେ,୧୫ଟଙ୍କାରୁ ଟଙ୍କାଟେ ଅଧିକ ଦେବିନି। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଶେଷରେ ଯୁବତୀ ଜଣକ ଡ୍ରାଇଭରଙ୍କୁ ଅଟୋରୁ ଘୋଷାଡ଼ି ଆଣି ରାସ୍ତା ମଝିରେ ନିସ୍ତୁକ ପିଟିଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

