Posted inଜାତୀୟ

ଅଟୋ ଚାଳକଙ୍କୁ ମାଡ଼ମାରି ଅଡ଼ୁଆରେ ଡ୍ୟାନ୍ସିଂ ଟ୍ରାଫିକ୍‌ ପୋଲିସ: ଭିଡିଓ ଭାଇରାଲ

ଭୋପାଳ,୨୬।୧୧: ସୋସିଆଲ ମିଡିଆରେ ଡ୍ୟାନ୍ସିଂ ଟ୍ରାଫିକ୍‌ ପୋଲିସ ଭାବେ ମଧ୍ୟପ୍ରଦେଶ ଇନ୍ଦୋରର ରଣଜିତ୍‌ ସିଂହ ବେଶ୍‌ ଜଣାଶୁଣା। ଅଲଗା ଅଲଗା ଷ୍ଟାଇଲ୍‌ ହେଉ ବା ଆମେରିକାର ପପ୍‌ ଗାୟକ ମାଇକେଲ ଜ୍ୟାକ୍‌ସନ୍‌ଙ୍କ ଡ୍ୟାନ୍ସିଂ ଷ୍ଟାଇଲ୍‌ରେ ରଣଜିତ ଟ୍ରାଫିକ୍‌କୁ ନିୟନ୍ତ୍ରଣ କରିବାରେ ଓସ୍ତାଦ୍‌। ୩୮ ବର୍ଷୀୟ ରଣଜିତ ସୋସିଆଲ ମିଡିଆରେ ବେଶ୍‌ ଲୋକପ୍ରିୟ ହୋଇଥିବା ବେଳେ ତାଙ୍କର ୫୦ରୁ ଊର୍ଦ୍ଧ୍ୱ ଫଲୋର୍ସ ରହିଛନ୍ତି। ହେଲେ ସୋମବାର ଅଟୋ ଚାଳକଙ୍କୁ ମାଡ଼ମାରି ସେ ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହୋଇଛନ୍ତି। ସୂଚନାଯୋଗ୍ୟ, ସୋମବାର ଇନ୍ଦୋରର ଏମ୍‌ଜି ରୋଡ ସ୍ଥିତ ହାଇକୋର୍ଟ ଛକ ନିକଟରେ ରଣଜିତ କାର୍ଯ୍ୟରତ ଥିଲେ। ସେହି ସମୟରେ ଜଣେ ଅଟୋ ଚାଳକ ଭୁଲ ଦିଗରେ ଅଟୋ ଚଳାଇଥିବାରୁ ଟ୍ରାଫିକ୍‌ ପୋଲିସ ତାଙ୍କୁ ଅଟକାଇଥିଲେ। କିଛି ସମୟ ଅଟୋ ଚାଳକଙ୍କ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ଏହାପରେ ରଣଜିତ ତାଙ୍କୁ ଚାପୁଡା ମାରିବା ସହ ଗୋଇଠା ମାରିଥିଲେ। ସେହି ସମୟର ଦୃଶ୍ୟ କେହି ଜଣେ ରେକର୍ଡ କରି ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଭିଡିଓ ଭାଇରାଲ ହେବା ପରେ ରଣଜିତଙ୍କ ଏଭଳି କାର୍ଯ୍ୟକୁ ୟୁଜର୍ସ ନିନ୍ଦା କରିଛନ୍ତି। ଅନ୍ୟପଟେ ସଫେଇ ଦେଇ ସେ କହିଛନ୍ତି, ସବୁ ଭୁଲ ଅଟୋ ଚାଳକଙ୍କ। ଯାତାୟାତ ନିୟମକୁ ଉଲ୍ଲଂଘନ କରି ଭୁଲ ଦିଗରୁ ସେ ଆସିବାରୁ ରଣଜିତ ଏଭଳି କରିଥିଲେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri