ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଗଦାପୁର ଅଞ୍ଚଳର ନମିତା ସାସମଲ୍‌। ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକ ଏବଂ ପୋଲିସ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ନମିତା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ ଯେ, ଅଟୋଟି ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ଗଦାପୁରରୁ ବାଲିଗୁଡ଼ା ଥାନା ଅଞ୍ଚଳର ବୁଡାଗୁଡ଼ାକୁ ଯାଉଥିଲା। ତେବେ ୫୯ନଂ ଜାତୀୟ ରାଜପଥର ଉକ୍ତ ଘାଟିରେ ଚାଳକ ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା। ପୋଲିସ ଅଟୋ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri