ଅଟୋ-ବୋଲେରୋ ଧକ୍କା: ଜଣେ ମୃତ

ଜି.ଉଦୟଗିରି,୨୧ା୧(ଡି.ଏନ.ଏ.)-ଜି.ଉଦୟଗିରି ସହରର ଡୁଗୁଡ଼ି ଶଙ୍ଖ ସାହି ରାସ୍ତାରେ ସୋମବାର ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଡ଼ାସକୁପା ଗ୍ରାମର କିଶୋର ପ୍ରଧାନ। ଅଟୋ ଚାଳକ ଜି.ଉଦୟଗିରିର ପଙ୍କଜ ପଟ୍ଟନାୟକ, ନନ୍ଦଗିରିର ନିଲିମା ମଲିକ ଓ କଳିଙ୍ଗାର ସାଗରିକା ମଲିକ ଗୁରୁତର ହୋଇଛନ୍ତି। ବୋଲେରୋ ଡ୍ରାଇଭରଙ୍କୁ ପୋଲିସ ଅଟକ ରଖିଛି।
ପ୍ରକାଶ ଯେ, ଅପରାହ୍ନରେ ଅଟୋ ଯାତ୍ରୀଙ୍କୁ ନେଇ କଳିଙ୍ଗା ଅଭିମୁଖେ ଯାଉଥିବା ବେଳେ ବିପରୀତ ପଟୁ ବୋଲେରୋ ଆସି ଡୁଗୁଡ଼ି ଶଙ୍ଖ ସାହି ମଝିରେ ଧକ୍କା ଦେଇ ଏକ ଇଟାଗଦାରେ ପିଟି ହୋଇଯାଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଜି.ଉଦୟଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର କିଶୋରଙ୍କୁ ମୃତ ଘୋଷଣା କରିଥିଲେ। ପଙ୍କଜ ଓ ନିଲିମାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ସାଗରିକାଙ୍କୁ ଫୁଲବାଣୀ ହସ୍ପିଟାଲକୁ ପଠାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଥିବା ଏଏସ୍‌ଆଇ ସୁବାସ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri