ଅଟୋ ରିକ୍ସା ଧୋଇବାକୁ ନେବାବେଳେ ଦୁର୍ଘଟଣା; ଖସି ପଡି ଶିଶୁ ମୃତ, ଚଳାଉଥିବା ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦୁଝର, ୧୨ା୮(ଡି.ଏନ.ଏ.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କେରୀ ଗ୍ରାମରେ ପିଉସା ଘରେ ରହି ପାଠ ପଢ଼ୁଥିବା ରାଜା ମହାନ୍ତ ନାମକ ଜଣେ ୧୦ମ ଶ୍ରେଣୀର ଛାତ୍ର ରବିବାର ଏକ ଅଟୋ ଧୋଇବାଲାଗି ନିକଟସ୍ଥ ନାଳକୁ ଯାଇଥିବା ସମୟରେ ସେଥିରେ ବସିଥିବା ଜଣେ ଗୁରୁଚରଣ ମହାନ୍ତ (୪) ନାମକ ଶିଶୁ ତଳକୁ ଖସିପଡ଼ିଥିଲେ। ଅଟୋ ରିକ୍ସାର ଚକ ତାଙ୍କ ଉପରେ ଚଢ଼ିଯିବାରୁ ସେ ଗୁରୁତର ଆହତ ହୋଇଥିଲେ। ଶିଶୁଟି ମୃତ୍ୟୁବରଣ କରିଥିବା ଆଶଙ୍କାରେ ଅଟୋ ଚଳାଉଥିବା ରାଜା ମାନସିକ ଭାରସାମ୍ୟ ହରାଇ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଉଭୟଙ୍କୁ ଗାଁ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ଡାକ୍ତର ସେଠାରେ ଶିଶଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ଘଟଣା ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ଅନ୍ୟପକ୍ଷେ ଏହି ଦୁର୍ଘଟଣାକୁ କେନ୍ଦ୍ର କରି ବିବାଦୀୟ ସ୍ଥିତି ସୃଷ୍ଟି ହୋଇଥିବା ସୂଚନା ମିଳିଛି। ପୋଲିସ ଶିଶୁ ପୁତ୍ରର ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।
ପୋଲିସ ସୂଚନା ଅନୁଯାୟୀ ରବିବାର ସକାଳେ ରାଜା ଅଟୋ ରିକ୍ସା ଧୋଇବା ପାଇଁ ଏକ ନାଳ ପାଖକୁ ଯାଇଥିଲେ। ତାଙ୍କ ସହିତ ଗାଁର ଭାଗୀରଥି ମହାନ୍ତଙ୍କ ୪ବର୍ଷର ପୁଅ ଗୁରୁଚରଣ ଯାଇଥିଲେ। ଅଟୋ ଧୋଇସାରି ଫେରୁଥିବା ସମୟରେ ଅଟୋରେ ବସିଥିବା ଏହି ଶିଶୁ ଅଟୋରୁ ଖସିପଡି ଗୁରୁତର ଆହତ ହୋଇଥିଲେ। ଏହାପରେ ରାଜା ବିଷ ପିଇ ଗୁରୁତର ହୋଇଥିଲେ। ସଦର ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଜାରି ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri