Posted inଜାତୀୟ

ଆଇଏଏସ୍‌ ଅଧିକାରୀଙ୍କ ଇସ୍ତଫା

ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍‌ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି ବ୍ୟକ୍ତିଗତ ବୋଲି ସେ ଦର୍ଶାଇଥିଲେ ହେଁ ସରକାରଙ୍କ ଗଣତାନ୍ତ୍ରିକ କାର୍ଯ୍ୟଧାରା ନେଇ ପ୍ରଶ୍ନ ଉଠାଇଛନ୍ତି। ଅଭୂତପୂର୍ବ ଭାବେ ଗଣତନ୍ତ୍ର ସହ ସାଲିସ୍‌ କରିବାକୁ ପଡ଼ୁଛି ବୋଲି ସେ ଅଭିଯୋଗ କରିିଛନ୍ତି। ତେଣୁ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବାକୁ ବାଧ୍ୟ ହେଉଛି ବୋଲି ସେ କହିଛନ୍ତି। ଆଗାମୀ ଦିନଗୁଡ଼ିକ ଅଧିକ କଷ୍ଟସାଧ୍ୟ ହେବ ବୋଲି ସେ ଅନୁଭବ କରିଥିବା ଚିଠିରେ ଦର୍ଶାଇଛନ୍ତି।
ଆଇଏଏସ୍‌ ଅଧିକାରୀ ଶଶିକାନ୍ତଙ୍କ ଇସ୍ତଫାକୁ ନେଇ କଂଗ୍ରେସ ପକ୍ଷରୁ ମାଙ୍ଗାଲୁରୁରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବରିଷ୍ଠ କଂଗ୍ରେସ ନେତା ଏମ୍‌. ମଲ୍ଲିକାର୍ଜୁନ ଖାର୍ଗେ ଏନେଇ ସରକାରଙ୍କୁ ସମାଲୋଚନା କରିବା ସହ ଦେଶରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଭୁଶୁଡ଼ିବାରେ ଲାଗିଛି ବୋଲି ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ମାତ୍ରାଧିକ ହସ୍ତକ୍ଷେପ ଯୋଗୁ ଆୟକର ବିଭାଗ, ସିବିଆଇ, ସିଭିସି, ଏମିତିକି ନ୍ୟାୟପାଳିକା ଭଳି ଅନୁଷ୍ଠାନ ସେମାନଙ୍କର ସ୍ବାଧୀନତା ହରାଇବାକୁ ବସିଲେଣି ବୋଲି ସେ ଅଭିଯୋଗ କରିଛନ୍ତି। ୨୦୦୯ ବ୍ୟାଚ୍‌ ତାମିଲନାଡ଼ୁ କ୍ୟାଡର୍‌ର ଆଇଏଏସ୍‌ ଅଫିସର ଶଶିକାନ୍ତ ୨୦୧୭ରେ ଦକ୍ଷିଣ କନ୍ନଡ଼ର ଡେପୁଟି କମିଶନର ଭାବେ ନିିଯୁକ୍ତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri