ଅଟୋ ସେକ୍ଟର ପାଇଁ ପ୍ୟାକେଜ ଅପର୍ଯ୍ୟାପ୍ତ:ଫିଚ୍‌

ନୂଆଦିଲ୍ଲୀ,୩୦-୮: ଅଟୋ ସେକ୍ଟରକୁ ଗତିଶୀଳ କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଦ୍ୱାରା ଗତ ସପ୍ତାହରେ ଘୋଷିତ ପ୍ରୋତ୍ସାହନ ପ୍ୟାକେଜ ପର୍ଯ୍ୟାପ୍ତ ନୁହେଁ। ଘୋଷିତ ପ୍ୟାକେଜ ଆବଶ୍ୟକତା ଦୃଷ୍ଟିରୁ ଅତ୍ୟନ୍ତ ନଗଣ୍ୟ ଏବଂ ବିଳମ୍ବରେ ଉଠାଯାଇଥିବା ପଦକ୍ଷେପ ବୋଲି ରେଟିଂ ଏଜେନ୍ସି ଫିଚ୍‌ ସଲ୍ୟୁଶନ୍ସ ମାକ୍ରୋ ରିସର୍ଚ୍ଚରେ କୁହାଯାଇଛି। ଗୁରୁବାର ପ୍ରକାଶିତ ଏହି ରିସର୍ଚ୍ଚ ରିପୋର୍ଟରେ କୁହାଯାଇଛି ଯେ, ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ହାର ହ୍ରାସ ସହ ପୁରୁଣା ଗାଡ଼ିକୁ ରଦ୍ଦି ଭାବେ ଘୋଷଣା ନିୟମ ଭଳି ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ସୂଚନାଥାଉ କି, ଅର୍ଥମନ୍ତ୍ରୀ ସୀତାରାମନ୍‌ ଗତ ୨୩ରେ ଅଟୋ ସେକ୍ଟର ଲାଗି କେତେକ ପ୍ୟାକେଜ ଘୋଷଣା କରିଛନ୍ତି। ଫିଚ୍‌ ପକ୍ଷରୁ କୁହାଯାଇଛି ଯେ, ୨୦୧୮-୧୯ରେ ଆସିଥିବା ମାନ୍ଦାବସ୍ଥାକୁ ଦୂରେଇବା ଲାଗି ଅଟୋ ସେକ୍ଟର ପାଇଁ ଅତ୍ୟନ୍ତ ନଗଣ୍ୟ ଘୋଷଣା କରାଯାଇଛି। ସରକାର ପ୍ରୋତ୍ସାହନ ପ୍ୟାକେଜ ଘୋଷଣା କରିବାରେ ବିଳମ୍ବ କରିଦେଲେ। କାରଣ ଅଟୋ ସେକ୍ଟରରେ ମାନ୍ଦାବସ୍ଥା ବହୁ ଦୂର ପର୍ଯ୍ୟନ୍ତ ମାଡି ଯାଇଛି। ଏବେ ଏହାକୁ ରୋକିବା ଅସମ୍ଭବ। ତେବେ ଫିଚ୍‌ ସଲ୍ୟୁଶନ୍ସ ପକ୍ଷରୁ କୁହାଯାଇଛି ଯେ, ନିର୍ମଳାଙ୍କ ପ୍ୟାକେଜ ଘୋଷଣାରୁ ଏହା ଦର୍ଶାଉଛି ଯେ,ସରକାର ଅଟୋ ସେକ୍ଟରରେ ହସ୍ତକ୍ଷେପ କରିବାକୁ ପ୍ରସ୍ତୁତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସମୁଦ୍ରକୂଳରୁ ମିଳିଲା ଅଜବ ଜିନିଷ: ଲୋକେ ବିସ୍ମିତ

ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ ଶହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri