ଅଟୱାଲ ଛଟେଇ କର୍ମଚାରୀ, ଜିଲା ପୋଲିସ ପ୍ରଶାସନ ବୈଠକ: କେନ୍ଦ୍ରୀୟ ଶ୍ରମ ଆୟୁକ୍ତଙ୍କୁ ଭେଟିବାକୁ ପରାମର୍ଶ

ଯାଜପୁର ରୋଡ,୬-୧୧(ନି.ପ୍ର.)- ସୁକିନ୍ଦା ଖଣି ଉପତ୍ୟାକାରେ ଥିବା ଟିସ୍‌କୋ ଖଣିରେ ଅଟଓ୍ବାଲ ଠିକାସଂସ୍ଥା ପକ୍ଷରୁ ୧୯୮୪ରୁ ୪୩୩ ଜଣ କର୍ମଚାରୀଙ୍କୁ ନିଯୁକ୍ତ ପାଇଥିଲେ। ଗତ ସେପ୍ଟେମ୍ବର ୧ ତାରିଖରୁ ଅଟୱାଲ କମ୍ପାନୀ ସେମାନଙ୍କୁ ବିନା ନୋଟିସ୍‌ରେ ଛଟେଇ କରିବା ସହ ବକେୟା ପ୍ରାପ୍ୟ ପ୍ରଦାନ କରାଯାଇ ନ ଥଲା। ଏହାକୁ ବିରୋଧ କରି ଛଯେଇ ଶ୍ରମିମାନେ ଟିସ୍‌କୋ ଖଣି ଫାଟକ ସମ୍ମୁଖରେ ଧାରଣା ଜାରି ରହିଛି। ଏହି ଆନ୍ଦୋଳନକୁ ପ୍ରଶମିତ କରିବା ପାଇଁ ମଙ୍ଗଳବାର କଳିଙ୍ଗନଗର ଅତିରିକ୍ତ ଜିଲାପାଳ, କଳିଙ୍ଗନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାଜକିଶୋର ଦୋରା ସ୍ଥାନୀୟ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଛଟେଇ ଶ୍ରମିକଙ୍କୁ ନେଇ ଏକ ବୈଠକ ହୋଯାଇଛି। ଏହି ବୈଠକରେ କୋଣସି ନିସ୍କର୍ଷ ନ ବାହରିବାରୁ ଅତିରିକ୍ତ ଜିଲାପାଳ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଓ କୋର୍‌ କମିଟିର ସଦସ୍ୟମାନେ ଯାଜପୁର ଏସ୍‌ପି ଚରଣ ସିଂ ମୀନାଙ୍କୁ ଭେଟି ଥିଲେ। ଏ ଦିଗରେ ଏସ୍‌ପି ମୀନା କୋର୍‌ କମିଟିକୁ ସେଣ୍ଟ୍ରାଲ୍‌ ଲେବର କମିଶନର (କେନ୍ଦ୍ରୀୟ ଶ୍ରମ ଆୟୁକ୍ତ)ଙ୍କ ନିକଟରେ ଅଭିଯୋଗ ପାଇଁ ପରାମର୍ଶ ଦେଇଥିବା ଜଣାପଡିଛି। ପୁନଃନିଯୁକ୍ତି ଏବଂ ସମସ୍ତ ବକେୟା ପାଉଣା ଦାବିରେ ଆନ୍ଦୋଳନ ଜାରି ରହିବ ବୋଲି ଶ୍ରମିକ ମଳୟ ରଞ୍ଜନ ପଟ୍ଟନାୟକ, ଗୌତମ ଦାସ, କୈଳାସ ମହାକୁଡ, ପ୍ରଦୀପ ମହାନ୍ତ କହିଛନ୍ତି। ଆଗାମୀ ଦିନରେ ଖଣି ଅଞ୍ଚଳରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହେବା ପାଇଁ ଜିଲା ପ୍ରଶାସନ, ଅଟୱାଲ କମ୍ପାନୀ ଦାୟୀ ରହିବେ ବୋଲି ଛଯେଇ ଶ୍ରମିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri