Posted inଜାତୀୟ

ଅଣସଦସ୍ୟ ଭାବେ ଉଦ୍ଧବ ଅଷ୍ଟମ ମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୯।୧୧:ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ନେତା ଉଦ୍ଧବ ଠାକ୍‌ରେ ଗୁରୁବାର ପ୍ରଥମ ଥର ଲାଗି ଶପଥଗ୍ରହଣ କରିଛନ୍ତି। ତେବେ ସେ ଏବେ ବିଧାନସଭା/ ବିଧାନ ପରିଷଦର ସଦସ୍ୟ ନାହାନ୍ତି। ଅଣସଦସ୍ୟ ଭାବେ ମୁଖ୍ୟମନ୍ତ୍ରୀ ହେବା ଉଦ୍ଧବ ମହାରାଷ୍ଟ୍ରରେ ଅଷ୍ଟମ ରାଜନେତା। ତାଙ୍କ ପୂର୍ବରୁ ଅଣସଦସ୍ୟ ଭାବେ କଂଗ୍ରେସ ନେତା ଏ.ଆର୍‌. ଆନ୍ତୁଲେ, ବସନ୍ତଦାଦା ପାଟିଲ, ଶିବାଜୀରାଓ ନିଲଙ୍ଗେକର-ପାଟିଲ, ଶଙ୍କରରାଓ ଚଭନ, ସୁଶିଲ କୁମାର ସିନ୍ଦେ ଓ ପୃଥ୍ବୀରାଜ ଚଭନ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଥିଲେ। ସାମ୍ବିଧାନିକ ନିୟମ ଅନୁଯାୟୀ, ବିଧାନସଭା/ ବିଧାନ ପରିଷଦର ସଦସ୍ୟ ନ ଥାଇ ଶପଥଗ୍ରହଣ କଲେ, ତା’ର ୬ ମାସ ମଧ୍ୟରେ ନିର୍ବାଚିତ ହେବା ଜରୁରୀ। ତେବେ ଯାଇ ତାଙ୍କ ପଦ ସୁରକ୍ଷିତ ରହିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ଦୀପ୍ତି ଗୌର ମୁଖାର୍ଜୀ? NEET ପରୀକ୍ଷା ବିବାଦ ପରେ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୮: NEET-UG ପେପର୍ ଲିକ୍ ମାମଲା ହେଉ କିମ୍ବା ଝାଡ଼ଖଣ୍ଡରେ ସରକାରୀ ନିଯୁକ୍ତିରେ ଜାଲିଆତି ଅଭିଯୋଗ, ବର୍ତ୍ତମାନ ସମୟରେ ଦେଶବ୍ୟାପୀ ଯୁବକମାନଙ୍କ ବିକ୍ଷୋଭ ଖବର ଚର୍ଚ୍ଚାରେ ରହିଛି…

ବ୍ରିଟେନ୍‌, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍‌ଓ୍ବେଭ୍‌

ପ୍ୟାରିସ୍‌, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri