ଅଣ ମୁସଲମାନ୍‌ଙ୍କ ପାଇଁ ଖୋଲିଲା ମୋଦି ମସଜିଦ୍‌

ବଙ୍ଗୋଲୁରୁ,୨୧।୧: କର୍ନାଟକର ବେଙ୍ଗାଲୁରୁର ଟସ୍କର ଟାଉନରେ ଥିବା ମୋଦି ଅବଦୁଲ୍‌ ଗଫୁର ମସଜିଦ୍‌କୁ ଅଣ ମୁସଲମାନଙ୍କ ପାଇଁ ଖୋଲା ଯାଇଛି। ୧୭୦ ବର୍ଷ ମଧ୍ୟରେ ପ୍ରଥମ କରି ମସଜିଦ୍‌ରେ ଅଣ ମୁସଲମାନ ପ୍ରବେଶ କରିଛନ୍ତି। ରବିବାର ଏହା ଖୋଲା ଯାଇଥିଲା। ପ୍ରଥମ ଦିନ ୪୦୦ରୁ ଅଧିକ ପର୍ଯ୍ୟଟକ ମସଜିଦ୍‌ରେ ପ୍ରବେଶ କରିଛନ୍ତି। ପର୍ଯ୍ୟଟକଙ୍କ ମଧ୍ୟରେ ସବୁ ଧର୍ମର ପୁରୁଷ ଓ ମହିଳା ରହିଥିବା କୁହାଯାଉଛି। ଇସଲାମ୍‌ ଧର୍ମ ନେଇ ଲୋକଙ୍କ ମଧ୍ୟରେ ଥିବା ନାନା ଭ୍ରାନ୍ତିକୁ ଦୂର କରିବା ପାଇଁ ଏଭଳି କରାଯାଇଥିବା ମସଜିଦ୍‌ କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଏହି ଅବସରରେ ପର୍ଯ୍ୟଟକଙ୍କ ଳାଗି ଏକ ମୋଟିଭେଶନ ଶିବିରର ଆୟୋଜନ ମଧ୍ୟ କରାଯାଇଥିଲା। ପର୍ଯ୍ୟଟକଙ୍କୁ କୋରାନ୍‌ର କପି ମଧ୍ୟ ପ୍ରଦାନ କରାଯାଇଥିଲା। ମୁମ୍ବାଇର ‘ଭିଜିଟ୍‌ ମାଇଁ ମସ୍କ୍‌’ ସ୍ବେଚ୍ଛାସେବୀ ସଂସ୍ଥା ପକ୍ଷରୁ ମସଜିଦ୍‌ରେ ଅଣ ମୁସଲମାନ୍‌ଙ୍କ ପ୍ରବେଶ ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ମସଜିଦ୍‌ ନିର୍ମାଣ ଲାଗି ମୋଦି ଅବଦୁଲ୍‌ ଗଫୁର ଜମ ଦାନ କରିଥିବାରୁ ଏହାର ନାମ କରଣ ତାଙ୍କ ଅନୁସାରେ କରାଯାଇଛି। ତେବେ ଲୋକେ ଏହାକୁ ମୋଦି ମସଜିଦ୍‌ ଭାବେ ନାମିତ କରିଥିବା ସ୍ବେଚ୍ଛାସେବୀ ସଂସ୍ଥା ପକ୍ଷରୁ ସାଦ୍ଦିକ୍‌ ସୈଲାନି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri