ଅତିଥି ବେଶରେ ଗହଣା ବ୍ୟାଗ୍‌ ନେଇ ଚମ୍ପଟ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା କମିଶନରେଟ ପୋଲିସ, ଜବତ ହେଲା ଟଙ୍କା

ଭୁବନେଶ୍ୱର,୪।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା କ୍ରିଷ୍ଟାଲ କୋଟିଆ କଲ୍ୟାଣ ମଣ୍ଡପରେ ଚାଲିଥିବା ଏକ ବିବାହ ଉତ୍ସବରେ ଭିଆଇପି ଅତିଥି ସାଜି ଗହଣା ବ୍ୟାଗ୍‌ ଲୁଟ୍‌ର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ବୁଧବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ସେକ୍‌ ଅବ୍‌ଦୁଲ ଲତିଫ। ତାଙ୍କ ଘର ଖୋର୍ଦ୍ଧା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଲତିଫ୍‌ଙ୍କଠାରୁ ୩ ଲକ୍ଷ ୯୮ହଜାର ଟଙ୍କା ସହ ବ୍ୟାଗ୍‌ ମଧ୍ୟ ଜବତ କରାଯାଇଛି।

ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଲତିଫ ଅଭିନବ ଉପାୟରେ ଚୋରି କରୁଥିଲେ। ବାହାଘର ଅଥବା ବ୍ରତଘରେ ଲୋକଙ୍କ ସହ ମିଶିଯାଇ ସମ୍ପର୍କୀୟଙ୍କ ପରି ନାଟକ କରୁଥିଲେ। ଏପରି କି ଲୋକମାନଙ୍କୁ ସର୍ବତ ଏବଂ ସୁପ୍‌ ଆଦି ଯାଚୁଥିଲେ। ଲୋକମାନେ ଅନ୍ୟମନସ୍କ ହେବା ସମୟରେ ନାନାଦି ମୂଲ୍ୟବାନ ଜିନିଷ ଲୁଟିନେଉଥିଲେ। ଏପରି କି ଏକତ୍ରିତ କରିଥିବା ଜିନିଷକୁ ବିବାହ ଅଥବା ବାହାଘର ମଣ୍ଡପ କଡ଼ରେ ଫୋପାଡ଼ି ଶେଷରେ ଏକକାଳୀନ ଭାବେ ନେଇ ଫେରାର ହୋଇଯାଉଥିଲେ। ଖଣ୍ଡଗିରି ଏବଂ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏଭଳି ଘଟଣା ଘଟିବା ପରେ ପୋଲିସ ତଦନ୍ତ କରି ସମ୍ପୃକ୍ତ ଚୋରଙ୍କୁ ଗିରଫ କରିଛି।

ସୂଚନାଯୋଗ୍ୟ, ଉକ୍ତ ମଣ୍ଡପରେ ଚୋରି ହେବା ନେଇ ଝାରପଡ଼ାର ରାଜେନ ମହାନ୍ତି ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ପୋଲିସ ମାମଲା(ନଂ.୧୧୨/୨୦) ରୁଜୁକରି ତଦନ୍ତ କରୁଥିଲା। ଉକ୍ତ ମଣ୍ଡପରେ ଲାଗିଥିବା ସିସିଟିଭିରେ ଚୋରି ବେଳର ଦୃଶ୍ୟ କଏଦ ହୋଇଥିବା ପୋଲିସ ଦେଖିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri