ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର ଭାଙ୍ଗିଯାଇଥିବା ଲୋକଙ୍କୁ ଅଦ୍ୟାବଧି ପଲିଥିନ୍‌ ମିଳି ନ ଥିବାରୁ ଶତାଧିକ ଲୋକେ ଉତ୍ତ୍ୟକ୍ତ ହୋଇ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟକୁ ଦୀର୍ଘ ଘଣ୍ଟା ଧରି ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଆରଆଇ କାର୍ଯ୍ୟାଳୟକୁ ଭୋଗରାଇ ଅତିରିକ୍ତ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ ଆସିଥିବା ବେଳେ ଲୋକେ ପାଟିତୁଣ୍ଡ କରି ଦୀର୍ଘ ସମୟ ପର୍ଯ୍ୟନ୍ତ ଅଟକ ରଖିଥିଲେ। ଏହାପରେ ଲୋକେ ମୁଖ୍ୟ ଫାଟକକୁ ଭାଙ୍ଗି କାର୍ଯ୍ୟାଳୟରେ ଷ୍ଟକ ଥିବା ଦୁଇ ଶହ ପଲିଥିନ ବୋହି ନେଇଥିଲେ। କମର୍ଦ୍ଦା ପୋଲିସ ସେଠାରେ ପହଞ୍ଚତ୍ ଅତିରିକ୍ତ ତହସିଲଦାରଙ୍କୁ ଉଦ୍ଧାର କରିଥିଲେ। ଗଣ୍ଡଗୋଳକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ତହସିଲଦାର ସୂଚନା ଦେଇଛନ୍ତି। ସେଠାରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାବେଳେ ନିୟନ୍ତ୍ରଣାଧୀନ ରହିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ...

କରୋନା ଯୁଦ୍ଧରେ ସଫଳ ହେଲେ ଗଞ୍ଜାମର ୯୫ ବର୍ଷୀୟ ବୃଦ୍ଧ

ଛତ୍ରପୁର, ୨୧।୭(ଡି.ଏନ୍‌.ଏ.): କରୋନା ଯୁଦ୍ଧ ଲଢ଼ି ସଫଳ ହୋଇଛନ୍ତି ୯୫ ବର୍ଷୀୟ ବୃଦ୍ଧ ଉଦୟନାଥ ବିଷୋୟୀ। ତାଙ୍କ ଘର ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା...

ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ

ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର...

କୁଆପଥର ମାଡ଼ରେ ଫସଲ ନଷ୍ଟ

କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ...

କୁମ୍ଭୀର ଆକ୍ରମଣରେ ଜଣେ ଗୁରୁତର

କେନ୍ଦ୍ରାପଡା ଅଫିସ, ୭।୧୦: କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁରସ୍ଥିତ ବିରୂପା ନଦୀ ପଠାରେ ରବିବାର କୁମ୍ଭୀର ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ଏହି...

ଗାଁ ଲୋକଙ୍କୁ ଚୁଆ ପାଣି ଭରସା

କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର...

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର...

ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ

ଜି.ଉଦୟଗିରି,୨।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଜଗନ୍ନାଥ ମନ୍ଦିରରେ ଗୁରୁବାର ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଭୋଗ ମଣ୍ଡପରେ ସକାଳର...

Coronavirus Update

Archives

Model This Week

Why Dharitri