ଅତିରିକ୍ତ ତହସିଲଦାର ପରିଚୟ ଦେଇ ଜରିମାନା ଆଦାୟ ଅଭିଯୋଗ: ଖବରଦାତାଙ୍କ ବିରୋଧରେ ତହସିଲଦାରଙ୍କ ଏତଲା

ଚନ୍ଦ୍ରଗିରି,୨୩ା୮(ଡି.ଏନ.ଏ.)- ଅତିରିକ୍ତ ତହସିଲଦାର ପରିଚୟ ଦେଇ ବାଲି ଟ୍ରାକ୍ଟର ମାଲିକଙ୍କଠାରୁ ଜରିମାନା ଆଦାୟ କରିବା ଅଭିଯୋଗରେ ଜଣେ ଦୈନିକ ଓଡିଆ ଖବରକାଗଜ (ଧରିତ୍ରୀ ନୁହେଁ) ଏଜେଣ୍ଟ/ଖବରଦାତାଙ୍କ ପାଇଁ ମହଙ୍ଗା ପଡିଛି। ସମ୍ପୃକ୍ତ ଖବରଦାତାଙ୍କ ବିରୋଧରେ ମୋହନା ଥାନାରେ ଲିଖିତ ଏତଲା ଦେଇଛନ୍ତି ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ। ପୋଲିସ ନଂ.୧୪୨/୧୯ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗିରଫ ଭୟରେ ସମ୍ପୃକ୍ତ ଖବରଦାତା ଫେରାର ହୋଇଯାଇଛନ୍ତି। ସୂଚନା ପ୍ରକାରେ, ଅଗଷ୍ଟ ୧୭ତାରିଖ ସନ୍ଧ୍ୟାରେ କର୍ଚ୍ଚବାଡି ବାଲିଘାଟରୁ ଗୋଟିଏ ଟ୍ରାକ୍ଟର ବେଆଇନ ବାଲି ଉଠାଉ ଥିବାବେଳେ ଏକ ନମ୍ବର ବିହୀନ ବୋଲେରୋରେ କେତେଜଣ ସହଯୋଗୀଙ୍କ ସହ ସମ୍ପୃକ୍ତ ଖବରକାଗଜ ମୋହନା ଏଜେଣ୍ଟ ତଥା ଖବରଦାତା ଟ୍ରାକ୍ଟର ଚାଳକଙ୍କୁ କାଗଜପତ୍ର ମାଗିଥିଲେ। ମାତ୍ର ସେ ଦେଖାଇପାରି ନ ଥିଲେ। ପରେ ଖବରଦାତା ନିଜକୁ ମୋହନା ଅତିରିକ୍ତ ତହସିଲଦାର ବୋଲି ପରିଚୟ ଦେଇ ଚାଳକ ପିତର ମଲ୍ଲିକ ଏବଂ ଅନ୍ୟଜଣେ ଚିଣ୍ଟୁ ଦଳାଇଙ୍କୁ ବୋଲେରୋରେ ବସିବା ପାଇଁ କହିବା ସହ ଟ୍ରାକ୍ଟର ଚାବି କାଢି ନେଇ ଯାଇଥିଲେ। ପରେ ମାମଲା ରଫାଦଫା ପାଇଁ ୧୫ ହଜାର ଟଙ୍କା ଦାବି କରିଥିଲେ। ସେମାନେ ଟଙ୍କା ନ ଦେବାରୁ ତାଙ୍କୁ ମୋହନା ତହସିଲଦାରଙ୍କ ନିକଟରେ ହାଜର କରିଥିଲେ। ସେଠାରେ ପିତର ଓ ଚିଣ୍ଟୁ ଉକ୍ତ ବ୍ୟକ୍ତି ଅତିରିକ୍ତ ତହସିଲଦାର ପରିଚୟ ଦେଇ ୧୫ହଜାର ଟଙ୍କା ମାଗିଥିବା ଅଭିଯୋଗ କରିଥିଲେ। ତହସିଲଦାର ସମସ୍ତ ଘଟଣାର ଅନୁଧ୍ୟାନ କରିବା ସହ ବେଆଇନ ବାଲିଚାଲାଣ ଅଭିଯୋଗରେ ଗାଡ଼ି ମାଲିକଙ୍କଠାରୁ ୭୧୦୫ ଟଙ୍କା ଜରିମାନା ଆଦାୟ କରିଥିଲେ। ପରେ ମୋହନା ଥାନାରେ ବୁଧବାର ନକଲି ଅତିରିକ୍ତ ତହସିଲଦାର ପରିଚୟ ଦେଇଥିବା ସମ୍ପୃକ୍ତ ଖବରଦାତାଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଘଟଣା ପରେ ସମ୍ପୃକ୍ତ ଖବରଦାତା ଫେରାର ହୋଇଯାଇଛନ୍ତି। ଆଇନ ଅନୁଯାୟୀ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୋହନା ଥାନାଧିକାରୀ ସୁଜିତ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri